ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଶୁଭମୟ ହେବ ଦିନ
🎬 Watch Now: Feature Video
Mangala Alati: ପୁରୀ: କୋଟି ଓଡ଼ିଆଙ୍କ ମଉଡମଣୀ, ଭକ୍ତର ଭାବରେ ବନ୍ଧା କାଳିଆ ଠାକୁର । ନିରାଶାର ଆଶା ଅନାଥର ନାଥ ପ୍ରଭୁ ଶ୍ରୀଜଗନ୍ନାଥ । ପ୍ରତିଦିନ ଭୋରୁ ଶ୍ରୀମନ୍ଦିରରେ ପତିତପାବନଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଆଜି ମଧ୍ୟ ସେବାୟତମାନଙ୍କ ଦ୍ୱାରା ବଡ଼ି ଭୋରରୁ ଶ୍ରୀମନ୍ଦିର ଦ୍ୱାର ଫିଟା ଯାଇଥିଲା । ଧୂପ, ଘଣ୍ଟି ଓ ମନ୍ତ୍ରୋଚାରଣ ସହ ସମ୍ପନ୍ନ ହୋଇଥିଲା ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । ଆଳତୀ ନେବା ପାଇଁ ଶ୍ରୀମନ୍ଦିର ସମ୍ମୁଖରେ ଭକ୍ତମାନେ ଭିଡ଼ ଜମାଇଛନ୍ତି । ବିଶ୍ୱାସ ରହିଛି ମଙ୍ଗଳ ଆଳତୀ ଦର୍ଶନ କଲେ ଜୀବନର ସମସ୍ତ ପାପ କ୍ଷୟ ହୋଇଥାଏ ଓ ଭଗବାନଙ୍କ ଅପାର କରୁଣା ପୂଣ୍ୟପ୍ରାପ୍ତି ହୋଇଥାଏ । କାଳିଆ ସାଆନ୍ତଙ୍କୁ ଦର୍ଶନ କରିବା ପାଇଁ ଆତୁର ଭକ୍ତ । ପ୍ରତିଦିନ ଦୂରଦୂରାନ୍ତରରୁ ଶ୍ରୀକ୍ଷେତ୍ର ଛୁଟିଥାଏ ଭକ୍ତଙ୍କ ସୁଅ । ଶ୍ରୀକ୍ଷେତ୍ରରେ ପ୍ରତିବର୍ଷ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ହୁଏ । ଭକ୍ତଜନଙ୍କୁ ଦର୍ଶନ ଦେବା ପାଇଁ ବର୍ଷକୁ ଥରେ ଶ୍ରୀମନ୍ଦିରରୁ ବାହାରକୁ ଆସନ୍ତି ମହାପ୍ରଭୁ ।
ଇଟିଭି ଭାରତ, ପୁରୀ