ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ, ଶୁଭମୟ ହେବ ଦିନ - MANGALA ALATI - MANGALA ALATI
🎬 Watch Now: Feature Video


Published : Apr 17, 2024, 6:53 AM IST
Mangala Alati: ପୁରୀ: ଜଗତର ନାଥ ଜଗନ୍ନାଥ । ବ୍ରହ୍ମାଣ୍ଡ ଠାକୁର ବିଶ୍ବନିୟନ୍ତା ଭଗବାନ । କୋଟି ଓଡିଆଙ୍କ ଆରାଧ୍ୟ ମହାପ୍ରଭୁ ଶ୍ରୀଜଗନ୍ନାଥ । ଭକ୍ତ ଭାବରେ ବନ୍ଧା ଭାବ ବିନୋଦିଆ ଠାକୁର । ନିରାଶାର ଆଶା ସେ ଅନାଥର ନାଥ । ନୀଳାଚଳିଆ ଠାକୁରଙ୍କ ମହିମା ଅପାର । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ପ୍ରଭୁ ପତିତପାବନ । ତାଙ୍କର ଦର୍ଶନ ପାଇଁ ପ୍ରତିଦିନ ହଜାର ହଜାର ଭକ୍ତଙ୍କ ସୁଅ ଛୁଟେ ଶ୍ରୀକ୍ଷେତ୍ରକୁ । ପ୍ରତିଦିନ ଭୋରରୁ ଶ୍ରୀମନ୍ଦିରରେ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ନୀତି ପରେ ଧୂପ, ଘଣ୍ଟି ଓ ମନ୍ତ୍ରୋପଚାରଣ ସହ ସମ୍ପନ୍ନ ହୋଇଛି ପ୍ରଭୁଙ୍କ ମଙ୍ଗଳ ଆଳତୀ ନୀତି । ବିଶ୍ବାସ ରହିଛି ଏହି ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପ କ୍ଷୟ ହୋଇ ଭଗବାନଙ୍କ ଅପାର କରୁଣା ପ୍ରାପ୍ତ ହୋଇଥାଏ ।
ଇଟିଭି ଭାରତ, ପୁରୀ