ଶୁଭମୟ ହେବ ଦିନ, ଦର୍ଶନ କରନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତୀ - Mangala Alati - MANGALA ALATI
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/16-06-2024/640-480-21721750-thumbnail-16x9-puri.jpg)
![ETV Bharat Odisha Team](https://etvbharatimages.akamaized.net/etvbharat/prod-images/authors/odisha-1716536003.jpeg)
Published : Jun 16, 2024, 7:00 AM IST
Mangala Alati: ପୁରୀ: କୋଟି ଓଡିଆଙ୍କ ମଉଡମଣୀ ପ୍ରଭୁ ଜଗନ୍ନାଥ । ଭକ୍ତର ଭାବରେ ବନ୍ଧା କାଳିଆ ଠାକୁର । ନୀଳାଚଳିଆ ଠାକୁରଙ୍କ ମହିମା ଅପାର । ପତିତମାନଙ୍କୁ ଉଦ୍ଧାରିବା ପାଇଁ ଧରାଧାମରେ ଅବତାର ନେଇଛନ୍ତି ପ୍ରଭୁ ପତିତପାବନ । ତାଙ୍କର ଦର୍ଶନ ପାଇଁ ହଜାର ହଜାର ଭକ୍ତଙ୍କ ସୁଅ ଛୁଟେ ଶ୍ରୀକ୍ଷେତ୍ରକୁ । ପ୍ରତିଦିନ ଭୋରରୁ ଶ୍ରୀମନ୍ଦିରରେ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ ହୋଇଥାଏ । ଆଜି ମଧ୍ୟ ସେବାୟତମାନଙ୍କ ଦ୍ବାରା ବଡି ଭୋରରୁ ଶ୍ରୀମନ୍ଦିର ଦ୍ବାର ଫିଟା ନୀତି ପରେ ଧୂପ, ଘଣ୍ଟି ଓ ମନ୍ତ୍ରୋପଚାରଣ ସହ ସମ୍ପନ୍ନ ହୋଇଛି ପତିତପାବନଙ୍କ ମଙ୍ଗଳ ଆଳତୀ ନୀତି । ବିଶ୍ବାସ ରହିଛି ଏହି ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପ କ୍ଷୟ ହୋଇ ଭଗବାନଙ୍କ ଅପାର କରୁଣା ପ୍ରାପ୍ତ ହୋଇଥାଏ । ପ୍ରତିଦିନ ଶ୍ରୀମନ୍ଦିରରେ ଦେଶ ତଥା ଦେଶ ବାହାରୁ ଲକ୍ଷାଧିକ ଲୋକଙ୍କ ସମାଗମ ହୋଇଥାଏ ।
ଇଟିଭି ଭାରତ, ପୁରୀ