ପ୍ରଭାତରୁ ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତୀ - Mangala Alati - MANGALA ALATI
🎬 Watch Now: Feature Video


Published : May 2, 2024, 6:57 AM IST
Mangala Alati: ପୁରୀ: ଜୟ ଜଗନ୍ନାଥ ସ୍ବାମୀ ନୟନ ପଥଗାମୀ ଭବ ତୁମେ । କୋଟି ଓଡ଼ିଆଙ୍କ ମଉଡମଣୀ,ଅନାଥର ନାଥ, ଦୁଃଖୀର ଦିନବନ୍ଧୁ, ଭକ୍ତର ଭାବ ବିନୋଦିଆ ଠାକୁର ପ୍ରଭୁ ଶ୍ରୀ ଜଗନ୍ନାଥ। ତାଙ୍କର ଦର୍ଶନ ମାତ୍ରକେ ଭାବ ବିହ୍ବଳ ହୋଇ ପଡେ ଭକ୍ତ । ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରତିଦିନ ହଜାର ହଜାର ଭକ୍ତ ବଡଦେଉଳଙ୍କୁ ଧାଇଁ ଆସନ୍ତି । ପ୍ରତିଦିନ ଭୋରରୁ ଶ୍ରୀମନ୍ଦିରରେ ପ୍ରଭୁ ପତିତପାବନଙ୍କ ମଙ୍ଗଳ ଆଳତୀ କରାଯାଏ । ସବୁଦିନ ପରି ଆଜି ମଧ୍ୟ ପତିତପାବନଙ୍କ ଆଳତୀ କରିଛନ୍ତି ପୂଜାପଣ୍ଡା । ବଡି ଭୋରରୁ ପ୍ରଥମେ ସେବାୟତ ଓ ପୂଜାପଣ୍ଡା ଶ୍ରୀମନ୍ଦିର ମୁଖ୍ୟ ଦ୍ବାର ଫିଟାଇବା ପରେ ରୀତିନୀତି ଅନୁସାରେ ଆଳତୀ କରାଯାଇଥଲା । ଏହି ଆଳତୀ ଦର୍ଶନ ଅତ୍ୟନ୍ତ ମନମୁଗ୍ଧକର ଅଟେ । ବିଶ୍ବାସ ରହିଛି, ଏହି ଦିବ୍ୟ ଆଳତୀ ଦର୍ଶନ କଲେ ଜୀବନର ସବୁ ପାପ କ୍ଷୟ ହୁଏ ।
ଇଟିଭି ଭାରତ, ପୁରୀ