ଦର୍ଶନ କରନ୍ତୁ ପ୍ରଭୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି, ଶୁଭମୟ ହେବ ଦିନ - Lord Jagannath Mangala Alati

By ETV Bharat Odisha Team

Published : Aug 4, 2024, 6:52 AM IST

thumbnail
Lord Jagannath Mangala Alati ritual (ETV Bharat Odisha)

Lord Jagannath Mangala Alati ritual: କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥ । ତାଙ୍କରି ଦର୍ଶନ ପାଇଁ କାଇଁ କେତେ ଦୂରରୁ ଦେଶ ବିଦେଶରୁ ଛୁଟି ଆସନ୍ତି ଭକ୍ତ । ଶ୍ରୀମନ୍ଦିରରେ ପ୍ରତିଦିନ ଅତି ନିଷ୍ଠାର ସହ ବିଭିନ୍ନ ନୀତିକାନ୍ତି କରାଯାଇଥାଏ । ପ୍ରତିଦିନ ଭୋରରୁ ମଙ୍ଗଳମୟଙ୍କ ଉଦ୍ଦେଶ୍ୟରେ ପ୍ରଥମେ ହୋଇଥାଏ ମଙ୍ଗଳ ଆଳତି । ଆଜି ମଧ୍ୟ ବ୍ରାହ୍ମ୍ୟ ମୁହୂର୍ତ୍ତରେ ଶ୍ରୀମନ୍ଦିରରେ ପତିତପାବନଙ୍କ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଛି । ଘଣ୍ଟ ଘଣ୍ଟା ଓ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ଶ୍ରୀମନ୍ଦିର ପରିସର । ଭକ୍ତିମୟ ହୋଇଉଠିଛି ମନ୍ଦିର । ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁମାନଙ୍କ ଭିଡ ଦେଖିବାକୁ ମିଳିଥିଲା । ବିଶ୍ବାସ ରହିଛି ପ୍ରଭୁ ପତିତପାବନଙ୍କ ଏହି ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କଲେ ପାପ କ୍ଷୟ ହୋଇଥାଏ ଓ କୋଟିଜନ୍ମର ପୂଣ୍ୟ ମିଳିଥାଏ । ମନ୍ଦିରରେ ପ୍ରଚଳିତ ନୀତିମାନଙ୍କ ମଧ୍ୟରୁ ଦ୍ୱାରଫିଟା ନୀତି ପରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଥାଏ । ବ୍ରାହ୍ମ ମୁହୂର୍ତ୍ତରେ ପ୍ରଭୁ ମଙ୍ଗଳମୟଙ୍କ ଉଦ୍ଦେଶ୍ୟରେ ମଙ୍ଗଳ ଆଳତି ନୀତି କରାଯାଏ ।

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.