ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ, ପ୍ରତ୍ୟେକ୍ଷ ଭାବେ ଦୁଃଖ ଜଣାଇ ଖୁସି ଲୋକେ - CM Mohan Majhi Public Grievance - CM MOHAN MAJHI PUBLIC GRIEVANCE
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/01-07-2024/640-480-21842410-thumbnail-16x9-bbsr.jpg)
![ETV Bharat Odisha Team](https://etvbharatimages.akamaized.net/etvbharat/prod-images/authors/odisha-1716536003.jpeg)
Published : Jul 1, 2024, 10:56 PM IST
CM MOHAN MAJHI PUBLIC GRIEVANCE: ଭୁବନେଶ୍ବର: ସୋମବାରଠାରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ଶୁଣାଣି ଆରମ୍ଭ ହୋଇଛି । ସକାଳ ୯ଟାରୁ ଆରମ୍ଭ ହୋଇଥିଲା ପଞ୍ଜିକରଣ । ପାଖାପାଖି ୧ ହଜାର ୬ ଶହ ଲୋକ ଏଥିପାଇଁ ପଞ୍ଜିକରଣ କରିଥିଲେ । ମୁଖମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ମନ୍ତ୍ରୀମାନେ ଉପସ୍ଥିତ ରହି ଲୋକମାନଙ୍କ ଅଭିଯୋଗ ଶୁଣିଥିଲେ । ଏଣିକି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ନିୟମିତ ଚାଲିବ ଅଭିଯୋଗ ଶୁଣାଣି । ସମସ୍ୟା ଶୁଣିବା ସହ ସମାଧାନ ଦିଗରେ ପଦକ୍ଷେପ ନେବେ ରାଜ୍ୟ ସରକାର । ଭୁବନେଶ୍ବର ୟୁନିଟ-୫ରେ ଥିବା ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଆଜିଠୁ ଜନଶୁଣାଣି ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅଭିଯୋଗ ଶୁଣାଣି କରିବା ସହ ଏହାର ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ।
ଇଟିଭି ଭାରତ, ଭୁବନେଶ୍ବର