ସମ୍ବଲପୁରରେ ପ୍ରଧାନମନ୍ତ୍ରୀ, ଦେଖନ୍ତୁ LIVE
🎬 Watch Now: Feature Video
ସମ୍ବଲପୁର: ସମ୍ବଲପୁରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଥମେ ୪୦୦ କୋଟିର ଆଇଆଇଏମ ସମ୍ବଲପୁରର ସ୍ଥାୟୀ କ୍ୟାମ୍ପସକୁ ଲୋକାର୍ପଣ କରିଛନ୍ତି ମୋଦି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଟ ୨୩ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସ୍ଥାନୀୟ ସାଂସଦ, ବିଧାୟକ ଓ ଅନ୍ୟ କିଛି ମନ୍ତ୍ରୀ ଯୋଗ ଦେବେ । ଅପରାହ୍ନ ୩ଟା ପର୍ଯ୍ୟନ୍ତ କାର୍ଯ୍ୟକ୍ରମ ଚାଲିବ । ରଧାନମନ୍ତ୍ରୀ ଓଡିଶାରେ ପହଞ୍ଚି ସାରିଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସୁରକ୍ଷା ବ୍ୟବସ୍ଥା ନିମନ୍ତେ ସମ୍ବଲପୁର ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି । ୭୦ ପ୍ଲାଟୁନ ପୋଲିସ, ୨ ଜଣ ରେଞ୍ଜ ଆଇଜି, ୪ ଜଣ ଏସପି, ୭ କମାଣ୍ଡାଣ୍ଟ ଓ ୨୫୦ ଅଫିସର ନିୟୋଜିତ ହୋଇଛନ୍ତି । ସ୍ବତନ୍ତ୍ର ବାୟୁସେନାର ବିମାନରେ ଅପରାହ୍ନ 1ଟା 10 ମିନିଟରେ ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିଥିଲେ ।