ଦର୍ଶନ କରନ୍ତୁ ପଟିଦିଅଁଙ୍କ ମଙ୍ଗଳ ଆଳତୀ, ଶୁଭମୟ ହେବ ଦିନ - Lord Patidian Mangala Alati

By ETV Bharat Odisha Team

Published : Jul 5, 2024, 7:11 AM IST

thumbnail
Lord Patidian Mangala Alati (ETV Bharat Odisha)

Lord Patidian Mangala Alati ପୁରୀ: ଆଉ ଦିନକ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଶ୍ରୀମନ୍ଦିରରୁ ବାହାରକୁ ଆସି ଭକ୍ତଜନଙ୍କୁ ଦର୍ଶନ ଦେବେ କାଳିଆ ସାଆନ୍ତେ  । ସେପଟେ  ଜ୍ୱରରେ ପୀଡିତ ମହାବାହୁ ସୁସ୍ଥ ହୋଇସାରିଛନ୍ତି । ଦ୍ୱାଦଶୀ ତିଥିରେ ଚତୁର୍ଦ୍ଧାମୂର୍ତ୍ତି ସୁସ୍ଥ ହୋଇସାରିଥିବା ବାର୍ତ୍ତା ରାଜନଅରରେ ମଧ୍ୟ ପହଞ୍ଚିବା ପରେ ଆରମ୍ଭ ହୋଇଯାଇଛି ରଥଯାତ୍ରା ପ୍ରସ୍ତୁତି । ଅନ୍ୟପଟେ ମହାପ୍ରଭୁ ଅଣସର ଘରେ ଥିବାରୁ ଜଗମୋହନରେ ବିଜେ ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ପଟିଦିଅଁ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ଶ୍ରୀ ନାରାୟଣ, ଦେବୀ ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ବରୀ ଓ ବଡଠାକୁର ଶ୍ରୀ ବଳଭଦ୍ରଙ୍କ ଆସ୍ଥାନରେ ଅନନ୍ତ ବାସୁଦେବଙ୍କ ପଟିଦିଅଁ ପୂଜା ପାଉଛନ୍ତି । ଜ୍ବର ଉପଶମ ହେବା ପରେ ଠାକୁରଙ୍କ ନବଯୌବନ ବେଶ ପର୍ଯ୍ୟନ୍ତ ଏହି ନୀତି ଜାରି ରହିବ । ଆଜି ସକାଳୁ ପଟିଦିଅଁଙ୍କ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଛି । ଘଣ୍ଟ ଘଣ୍ଟାରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ଦେଖନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତି । 

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.