ଦର୍ଶନ କରନ୍ତୁ ଶ୍ରୀମନ୍ଦିରରେ ପଟିଦିଅଁଙ୍କ ମଙ୍ଗଳ ଆଳତି, ଶୁଭମୟ ହେବ ଦିନ - Patidian Mangala Alati - PATIDIAN MANGALA ALATI
🎬 Watch Now: Feature Video
![ETV Thumbnail thumbnail](https://etvbharatimages.akamaized.net/etvbharat/prod-images/06-07-2024/640-480-21881083-thumbnail-16x9-1.jpg)
![ETV Bharat Odisha Team](https://etvbharatimages.akamaized.net/etvbharat/prod-images/authors/odisha-1716536003.jpeg)
Published : Jul 6, 2024, 7:08 AM IST
Patidian Mangala Alati ପୁରୀ: ରାତି ପାହିଲେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା । ବଡଦାଣ୍ଡକୁ ଆସି ଭକ୍ତମାନଙ୍କୁ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର । ସେପଟେ ଅତ୍ୟଧିକ ସ୍ନାନ କରି ଜ୍ୱରରେ ପୀଡିତ ହୋଇ ଅଣସର ଘରେ ଗୁପ୍ତ ସେବା ପାଇବା ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି ତିନିଠାକୁର । ଆସନ୍ତାକାଲି (ରବିବାର) ଅଣସର ଘରୁ ବାହାରି ରଥକୁ ବିଜେ କରିବେ ମହାପ୍ରଭୁ ।ଅନ୍ୟପଟେ ମହାପ୍ରଭୁ ଅଣସର ଘରେ ଥିବାରୁ ଜଗମୋହନରେ ବିଜେ ହୋଇ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ପଟିଦିଅଁ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସ୍ଥାନରେ ଶ୍ରୀ ନାରାୟଣ, ଦେବୀ ସୁଭଦ୍ରାଙ୍କ ସ୍ଥାନରେ ଭୁବନେଶ୍ବରୀ ଓ ବଡଠାକୁର ଶ୍ରୀ ବଳଭଦ୍ରଙ୍କ ଆସ୍ଥାନରେ ଅନନ୍ତ ବାସୁଦେବଙ୍କ ପଟିଦିଅଁ ପୂଜା ପାଉଛନ୍ତି । ଆଜି ସକାଳୁ ପଟିଦିଅଁଙ୍କ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଛି । ଘଣ୍ଟ ଘଣ୍ଟାରେ ପ୍ରକମ୍ପିତ ହୋଇଛି ମନ୍ଦିର ପରିସର । ପଟିଦିଅଁଙ୍କ ଦର୍ଶନ କରିବାକୁ ହଜାର ହଜାର ଭକ୍ତ ଭିଡ ଜମାଇଛନ୍ତି । ଦେଖନ୍ତୁ ପତିତପାବନଙ୍କ ମଙ୍ଗଳ ଆଳତି ।
ଇଟିଭି ଭାରତ, ପୁରୀ