ପୁରୀ ଗଜପତିଙ୍କ ପୁଷ୍ୟାଭିଷେକ - PUSHYABHISHEK RITUAL

🎬 Watch Now: Feature Video

thumbnail

By ETV Bharat Odisha Team

Published : Jan 16, 2025, 6:48 AM IST

ପୁରୀ: ଶ୍ରୀନଅରରେ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଛି ଗଜପତିଙ୍କ ପୁଷ୍ୟାଭିଷେକ । ଏହି ଅବସରରେ ଗଜପତି ମହାରାଜା ସିଂହାସନ ଆରୋହଣ କରିବା ସହ ଅଭିଷିକ୍ତ ହୋଇଥିଲେ । ଏଥିପାଇଁ ଶ୍ରୀନଅରରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଗଜପତି ମହାରାଜାଙ୍କୁ ଅଭିମନ୍ତ୍ରିତ କରାଯିବା ସହ ରାଜ୍ୟର ମଙ୍ଗଳ କାମନା କରାଯାଇଥିଲା ।‌ ଷୋଳ ଶାସନର ବ୍ରାହ୍ମଣ ପୁରୋହିତ ମାନେ ଏକତ୍ରିତ ହୋଇ ଗଜପତିଙ୍କୁ ଆଶୀର୍ବାଦ ପ୍ରଦାନ କରିଥିଲେ । 

ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଅଭିଷେକ ନୀତି ଆଧାରରେ ହୁଏ ରାଜାଭିଷେକ ଉତ୍ସବ:

ଗତ ସୋମବାର ପୌଷପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ଦେବାଭିଷେକ ନୀତି ସମ୍ପର୍ଣ୍ଣ ହେବା ପରେ ପରମ୍ପରା ଅନୁଯାୟୀ ଶ୍ରୀନଅରରେ ମଧ୍ୟ ଗଜପତିଙ୍କର ରାଜାଭିଷେକ ଅନୁଷ୍ଠିତ ହୋଇଛି । ପୌଷପୂର୍ଣ୍ଣିମା ପୁଷ୍ୟା ନକ୍ଷତ୍ରରେ ଶ୍ରୀନହରରେ ଗଜପତିଙ୍କର ପରମ୍ପରା ଏବେ ବି ଚାଲୁ ରହିଛି । ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଅଭିଷେକ ନୀତିକୁ ଆଧାର କରି ଗଜପତି ମହାରାଜାଙ୍କ ରାଜାଭିଷେକ ଉତ୍ସବ ପାଳନ କରାଯାଇଥାଏ । 

ଗଜପତିଙ୍କୁ ଆଶୀର୍ବାଦ କରନ୍ତି ବ୍ରାହ୍ମଣ:

ଏହି ପର୍ବରେ ଗଜପତି ମହାରାଜ ଦିବ୍ୟସିଂହ ଦେବ ଶ୍ରୀନଅରରେ ପାରମ୍ପାରିକ ଗଜପତି ପୋଷାକରେ ସିଂହାସନରେ ବସିବା ପରେ ମନ୍ତ୍ର ସ୍ନାନ, ଅଭିଷିକ୍ତ ଜଳ ସିଞ୍ଚନ ହୋଇ ନୂଆ ପଇତା ଲାଗି ହେବା ପରେ ଅଭିଷେକ ଆରମ୍ଭ କରାଯାଇଥିଲା । ଅଭିଷେକ ମହୋତ୍ସବ ପରେ ଶୋଳ ଶାସନରୁ ଆସିଥିବା ବ୍ରାହ୍ମଣମାନେ ଗଜପତିଙ୍କୁ ପଇତା ଦାନ କରି ଆଶୀର୍ବାଦ ପ୍ରଦାନ କରିଥିଲେ । ରାଜ ପୁରୋହିତଙ୍କ ସହ ଅନ୍ୟ ବ୍ରାହ୍ମଣ ମାନେ ମଧ୍ୟ ମନ୍ତ୍ର ଉଚ୍ଚାରଣ କରି ଏହି ଉତ୍ସବରେ ଗଜପତି ମହାରାଜାଙ୍କ ଉଜ୍ଜଳ ଭବିଷ୍ୟତ ଏବଂ ମଙ୍ଗଳ କାମନା କରିଥିଲେ । ପରେ ପରମ୍ପରା ଅନୁଯାଇ ଗଜପତିଙ୍କୁ ବ୍ରାହ୍ମଣ ମାନେ ବସ୍ତ୍ର, ଫଳ ଆଦି ପ୍ରଦାନ କରିଥିଲେ ।

ଏହା ମଧ୍ୟ ପଢନ୍ତୁ:

ଆଜି ପୌଷ ପୂର୍ଣ୍ଣିମା: ରଜାଧିରାଜ ବେଶରେ ଦର୍ଶନ ଦେବେ ମହାପ୍ରଭୁ, ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ

ମହୋଦଧିରେ ସ୍ନାନ କରି ମହାପ୍ରଭୁଙ୍କୁ କ୍ଷମା ପ୍ରାର୍ଥନା କଲେ କଂସ

୨୦ରୁ ପୁରୀ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ବ୍ୟବସ୍ଥା, ପରିକ୍ରମା ପ୍ରକଳ୍ପର ଡିଜାଇନରେ ହେବ ପରିବର୍ତ୍ତ

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.