ଆଜି ମହାପ୍ରଭୁଙ୍କ ସ୍ନାନଯାତ୍ରା, ପୁରୀରୁ ଦେଖନ୍ତୁ LIVE - SNAN YATRA 2024 LIVE

By ETV Bharat Odisha Team

Published : Jun 22, 2024, 6:30 AM IST

Updated : Jun 22, 2024, 6:03 PM IST

thumbnail

ପୁରୀ: ଆଜି ମହାପ୍ରଭୁଙ୍କ ଦେବସ୍ନାନ ପୂର୍ଣ୍ଣିମା ବା ସ୍ନାନଯାତ୍ରା ।  ପ୍ରତିବର୍ଷ ଜ୍ୟୋଷ୍ଠ ମାସ ଶୁକ୍ଳପକ୍ଷ ପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ଏହା ଅନୁଷ୍ଠିତ ହୋଇଥାଏ ।  ଶ୍ରୀମନ୍ଦିରର ସ୍ନାନ ମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ପାରମ୍ପାରିକ ରୀତିନୀତିରେ ବେଦଧ୍ବନି ପୂର୍ବକ ୧୦୮ କଳସ ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ । ସ୍ନାନ ବିଧି ପରେ ଶ୍ରୀଜିଉଙ୍କୁ ଗଜାନନ ବେଶରେ ସୁସଜ୍ଜିତ କରାଯିବ । ସାଧାରଣତଃ ବର୍ଷରେ ଥରୁଟିଏ ମହାପ୍ରଭୁ ଶ୍ରୀଜଗନ୍ନାଥ ଭାଇଭଉଣୀଙ୍କ ସହିତ ପ୍ରତ୍ୟକ୍ଷ ଶ୍ରୀଅଙ୍ଗ ଜଳସ୍ନାନ କରନ୍ତି । ବାକି ବର୍ଷ ସାରା ତାଙ୍କୁ ବିମ୍ବସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଶ୍ରୀଜିଉଙ୍କ ଲୀଳାକ୍ଷେତ୍ର ପୁରୁଷୋତ୍ତମ କ୍ଷେତ୍ରରେ ମହାପ୍ରଭୁଙ୍କ ସ୍ନାନ ଉତ୍ସବ ଏକ ଶାସ୍ତ୍ରୀୟ ଭିତ୍ତଭୂମିର ଲୀଳା । ମହାପ୍ରଭୁଙ୍କ ଆବିର୍ଭାବ ବେଳେ ପ୍ରଥମେ ଏହି ସ୍ନାନ ହୋଇଥିବାରୁ, ଏହାକୁ ଶ୍ରୀଦାରୁବ୍ରହ୍ମଙ୍କ ଆଦ୍ୟଲୀଳା ବୋଲି କୁହାଯାଏ । ମହାପ୍ରଭୁ ଦାରୁବ୍ରହ୍ମ ରୂପ ଧାରଣ କରିବା ପରେ ପ୍ରଥମ ମଙ୍ଗଳମୟ ମୁହୂର୍ତ୍ତରେ ଏହି ସ୍ନାନଲୀଳା କରାଇଥିଲେ ମହାରାଜା ଇନ୍ଦ୍ରଦ୍ୟୁମ୍ନ ଓ ରାଣୀ ଗୁଣ୍ଡିଚା ।

Last Updated : Jun 22, 2024, 6:03 PM IST

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.