thumbnail

ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା କଲେ ଦୁଇ ମନ୍ତ୍ରୀ

By ETV Bharat Odisha Team

Published : 2 hours ago

କେନ୍ଦୁଝର: ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା କଲେ ଦୁଇ ମନ୍ତ୍ରୀ । କେନ୍ଦୁଝର ଜିଲ୍ଲାର ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ବୁଲି ଦେଖିଲେ ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଏବଂ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବାତ୍ୟା ଆଶ୍ରୟସ୍ଥଳୀରେ ରହୁଥିବା ଲୋକମାନଙ୍କୁ ଭେଟିଛନ୍ତି ଦୁଇ ମନ୍ତ୍ରୀ । ଆନନ୍ଦପୁର ମୁନିସିପାଲିଟି ଅନ୍ତର୍ଗତ ଆନନ୍ଦପୁର କଲେଜ, ବି.ଏନ୍. ହାଇସ୍କୁଲ ଓ ହାଟଡିହି ବ୍ଲକ ଅନ୍ତର୍ଗତ ସୁନ୍ଦରିଆପାଲ ଠାରେ ଅବସ୍ଥିତ ଆଦର୍ଶ ବିଦ୍ୟାଳୟରେ ଖୋଲା ଯାଇଥିବା ବାତ୍ୟା ଆଶ୍ରୟସ୍ଥଳୀକୁ ପରିଦର୍ଶନ କରିବା ସହିତ ବାତ୍ୟା ବିପନ୍ନଙ୍କୁ ଭେଟି ଆଲୋଚନା କରିଥିଲେ । ଜିଲ୍ଲାରେ ସ୍ୱାଭାବିକ ସ୍ଥିତି ଥିବା ନେଇ ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ କୃଷ୍ଣ ପାତ୍ର । ଜଙ୍ଗଲ ଏବଂ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ତୁରୂମୁଙ୍ଗାର ନିନୁଆଁ, ଶରଧାପୁର, ବୋଦାପଳସା, ପଦ୍ମପୁର, ନେଲୁଙ୍ଗ, ଝୁମ୍ପୁରା ଅଞ୍ଚଳରେ ଥିବା ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ କରି ଲୋକଙ୍କ ସୁବିଧା ଆସୁବିଧା ବୁଝିଛନ୍ତି ।  

ଏହା ମଧ୍ୟ ପଢନ୍ତୁ ....ବାତ୍ୟା ପରବର୍ତ୍ତୀ ସ୍ଥିତି ସମୀକ୍ଷା କଲେ ନଗର ଉନ୍ନୟନ ମନ୍ତ୍ରୀ

ଇଟିଭି ଭରତ, କେନ୍ଦୁଝର 

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.