Mangala Alati: ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ଆଳତି, ଶୁଭମୟ ହେବ ଦିନ - Patitapaban Alati

By ETV Bharat Odisha Team

Published : Sep 9, 2024, 7:03 AM IST

thumbnail
Patitapaban Alati (ETV Bharat Odisha)

ପୁରୀ: କୋଟି ଓଡ଼ିଆଙ୍କ ମଉଡମଣୀ ମହାପ୍ରଭୁ ଶ୍ରୀଜଗନ୍ନାଥ । ତାଙ୍କ ଦର୍ଶନ ପାଇଁ କାହିଁ କେତେ ଦୂରରୁ ପୁରୀକୁ ଛୁଟି ଆସନ୍ତି ଭକ୍ତ । ପ୍ରତିଦିନ ଭୋରରୁ ମଙ୍ଗଳମୟଙ୍କ ଉଦ୍ଦେଶ୍ୟରେ ପ୍ରଥମେ ହୋଇଥାଏ ମଙ୍ଗଳ ଆଳତି । ଯାହାକୁ ଦେଖିବା ପାଇଁ ଭକ୍ତ ଅପେକ୍ଷା କରି ରହିଥାନ୍ତି । ମନ୍ଦିରରେ ପ୍ରଚଳିତ ନୀତି ମଧ୍ୟରୁ ଦ୍ୱାରଫିଟା ନୀତି ପରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଥାଏ । ଆଜି ମଧ୍ୟ ବ୍ରାହ୍ମ୍ୟ ମୁହୂର୍ତ୍ତରେ ଶ୍ରୀମନ୍ଦିରରେ ପତିତପାବନଙ୍କ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଛି । ଶଙ୍ଖ ଧ୍ୱନି, ଘଣ୍ଟ ଘଣ୍ଟା ଓ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ଶ୍ରୀମନ୍ଦିର ପରିସର । ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁମାନଙ୍କ ଭିଡ ଜମିଥିଲା । ଭକ୍ତିମୟ ହୋଇ ଉଠିଥିଲା ପରିବେଶ । ବିଶ୍ବାସ ରହିଛି, ପ୍ରଭୁ ପତିତପାବନଙ୍କ ଏହି ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କଲେ ପାପ କ୍ଷୟ ହୋଇଥାଏ । 

ଇଟିଭି ଭାରତ, ପୁରୀ

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.