Watch: ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି, ଶୁଭମୟ ହେବ ଦିନ - Patitapabana Mangala Alati - PATITAPABANA MANGALA ALATI
🎬 Watch Now: Feature Video


Published : Aug 30, 2024, 6:27 AM IST
Mangala alati: ପୁରୀ: କୋଟି ଓଡ଼ିଆଙ୍କ ମଉଡମଣୀ ମହାପ୍ରଭୁ ଶ୍ରୀଜଗନ୍ନାଥ । ତାଙ୍କ ଦର୍ଶନ ପାଇଁ ପ୍ରତିଦିନ କାହିଁ କେତେ ଦୂରରୁ ପୁରୀକୁ ଛୁଟି ଆସନ୍ତି ଭକ୍ତ । ଶ୍ରୀମନ୍ଦିରରେ ପ୍ରତିଦିନ ମହାପ୍ରଭୁଙ୍କ ବିଭିନ୍ନ ନୀତିକାନ୍ତି କରାଯାଇଥାଏ । ପ୍ରତିଦିନ ଭୋରରୁ ମଙ୍ଗଳମୟଙ୍କ ଉଦ୍ଦେଶ୍ୟରେ ହୋଇଥାଏ ମଙ୍ଗଳ ଆଳତି । ତେବେ ଆଜି ମଧ୍ୟ ବ୍ରାହ୍ମ୍ୟ ମୁହୂର୍ତ୍ତରେ ଶ୍ରୀମନ୍ଦିରରେ ପତିତପାବନଙ୍କ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଛି । ଶଙ୍ଖ ଧ୍ୱନି, ଘଣ୍ଟ ଘଣ୍ଟା ଓ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ଶ୍ରୀମନ୍ଦିର ପରିସର । ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କରିବା ପାଇଁ ଭୋରରୁ ଶ୍ରଦ୍ଧାଳୁମାନଙ୍କ ଭିଡ ଜମିଥିଲା । ଆଉ ଭକ୍ତିମୟ ହୋଇ ଉଠିଥିଲା ପରିବେଶ । ବିଶ୍ବାସ ରହିଛି ଯେ, ପ୍ରଭୁ ପତିତପାବନଙ୍କ ଏହି ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କଲେ ପାପ କ୍ଷୟ ହେବା ସହ କୋଟି ଜନ୍ମର ପୂଣ୍ୟ ମିଳିଥାଏ। ମନ୍ଦିରରେ ପ୍ରଚଳିତ ନୀତି ମଧ୍ୟରୁ ଦ୍ୱାରଫିଟା ନୀତି ପରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଥାଏ ।
ଇଟିଭି ଭାରତ, ପୁରୀ