ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ଆଳତି, ଶୁଭମୟ ହେବ ଦିନ - mangala alati - MANGALA ALATI
🎬 Watch Now: Feature Video


Published : Sep 20, 2024, 6:51 AM IST
ପୁରୀ: ପ୍ରତିଦିନ ଭୋରରୁ ମଙ୍ଗଳମୟଙ୍କ ଉଦ୍ଦେଶ୍ୟରେ ପ୍ରଥମେ ହୋଇଥାଏ ମଙ୍ଗଳ ଆଳତି । ଜଗତର ନାଥ ଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ କାହିଁ କେତେ ଦୂରରୁ ଛୁଟି ଆସିଥାନ୍ତି ଭକ୍ତ। ଶ୍ରୀମନ୍ଦିରରେ ପ୍ରଚଳିତ ନୀତି ମଧ୍ୟରୁ ଦ୍ୱାରଫିଟା ନୀତି ଅନ୍ୟତମ। ଏହାପରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଥାଏ । ଆଜି ମଧ୍ୟ ବ୍ରାହ୍ମ୍ୟ ମୁହୂର୍ତ୍ତରେ ଶ୍ରୀମନ୍ଦିରରେ ପତିତପାବନଙ୍କ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଛି। ଶଙ୍ଖ ଧ୍ୱନି, ଘଣ୍ଟ ଘଣ୍ଟା ଓ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ଶ୍ରୀମନ୍ଦିର ପରିସର । ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁମାନଙ୍କ ଭିଡ ଜମିଥିଲା । ଭକ୍ତିମୟ ହୋଇ ଉଠିଥିଲା ପରିବେଶ । ବିଶ୍ବାସ ରହିଛି, ପ୍ରଭୁ ପତିତପାବନଙ୍କ ଏହି ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କଲେ ପାପ କ୍ଷୟ ହୋଇଥାଏ । ଏହି ଦିବ୍ୟ ଆଳତି ଦର୍ଶନ କରିବାକୁ ଦୂରଦୂରାନ୍ତରୁ ଛୁଟି ଆସିଥାନ୍ତି ଭକ୍ତ ।
ଇଟିଭି ଭାରତ, ପୁରୀ