ନୂଆଦିଲ୍ଲୀ: ଜୁନ ୯ରେ ମୋଦି କ୍ୟାବିନେଟ୍ 3.0ରେ କେନ୍ଦ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ ସମ୍ବଲପୁର ସାଂସଦ ଧର୍ମେନ୍ଦ୍ର ପ୍ରଧାନ, ସୁନ୍ଦରଗଡ଼ ସାଂସଦ ଜୁଏଲ ଓରାମ ଏବଂ ଓଡ଼ିଶାରୁ ରାଜ୍ୟସଭାକୁ ନିର୍ବାଚିତ ହୋଇଥିବା ଅଶ୍ବିନୀ ବୈଷ୍ଣବ । ପ୍ରଧାନମନ୍ତ୍ରୀ ମୋଦିଙ୍କ ତୃତୀୟ ପାଳିରେ ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀ ହୋଇଛନ୍ତି ଧର୍ମେନ୍ଦ୍ର । ତେବେ ଆଜି ସେ ବିଧିବଦ୍ଧ ଭାବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି । ଧର୍ମେନ୍ଦ୍ର ପ୍ରଧାନ ଦୀର୍ଘ ସମୟ ଧରି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ଏହା ପରେ ୨୦୨୧ରେ ତାଙ୍କୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଦାୟିତ୍ୱ ଦିଆଯାଇଥିଲା । ମୋଦିଙ୍କ କ୍ୟାବିନଟରେ ମୋଟ 71ମନ୍ତ୍ରୀ ଶପଥ ଗ୍ରହଣ କରିଥିବା ବେଳେ ତନ୍ମଧ୍ୟରୁ 30 କ୍ୟାବିନେଟ ମନ୍ତ୍ରୀ ଅଛନ୍ତି ।
ଏହା ମଧ୍ୟ ପଢନ୍ତୁ: ସୁପ୍ରିମକୋର୍ଟଙ୍କ NEET ଛାଟ: 1,563 ପରୀକ୍ଷାର୍ଥୀଙ୍କ ଗ୍ରେସମାର୍କ ରଦ୍ଦ, 23ରେ ସାନିପରୀକ୍ଷା
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ