ETV Bharat / snippets

ଏମ୍ସରୁ ଡିସଚାର୍ଜ ହେଲେ ଲାଲକୃଷ୍ଣ ଆଡଭାନୀ -LK Advani Discharged

author img

By ETV Bharat Odisha Team

Published : Jun 27, 2024, 3:53 PM IST

LK Advani
LK Advani (ETV Bharat)

ନୂଆଦିଲ୍ଲୀ: ହସ୍ପିଟାଲରୁ ଡିସଚାର୍ଜ ହେଲେ ବରିଷ୍ଠ ବିଜେପି ନେତା ଲାଲକୃଷ୍ଣ ଆଡଭାନୀ । ଗତକାଲି ବିଳମ୍ବିତ ରାତିରେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା । ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ସୁଧାର ଆସିବା ପରେ ଆଜି ତାଙ୍କୁ ଡିସଚାର୍ଜ କରାଯାଇଛି । ଏନେଇ ଏମ୍ସ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ବୟସାଧିକ କାରଣରୁ ଅସୁସ୍ଥ ହୋଇପଡିଥିଲେ ଆଡଭାନୀ । ତାଙ୍କୁ ୟୁରୋଲୋଜି ବିଶେଷଜ୍ଞଙ୍କ ତତ୍ତ୍ବାବଧାନରେ ଚିକିତ୍ସିତ କରାଯାଉଥିଲା । ବର୍ତ୍ତମାନ ତାଙ୍କୁ 96 ବର୍ଷ । ଚଳିତ ବର୍ଷ ଭାରତ ସରକାରଙ୍କୁ ତାଙ୍କୁ ସର୍ବୋଚ୍ଚ ସମ୍ମାନ ଭାରତ ରତ୍ନରେ ସମ୍ମାନିତ କରିଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦିଲ୍ଲୀ ସ୍ଥିତ ବାସଭବନକୁ ଯାଇ ଏହି ପୁରସ୍କାର ପ୍ରଦାନ କରିଥିଲେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.