ETV Bharat / snippets

ବଜ୍ରପାତ ନେଲା 5 ଜୀବନ; ମୁଖ୍ୟମନ୍ତ୍ରୀଙ୍କ ଶୋକ, ୪ ଲକ୍ଷ ଲେଖାଏଁ ସହାୟତା- lightning Strike

author img

By ETV Bharat Odisha Team

Published : Jun 26, 2024, 9:46 PM IST

lightning Strike
lightning Strike (ETV Bharat Odisha)

ଭୁବନେଶ୍ବର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ ୩ ଜଣ ଏବଂ ବଲାଙ୍ଗୀର ଜିଲ୍ଲାରେ ୨ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସଂପୂର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.