ଭୁବନେଶ୍ବର: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । କେନ୍ଦୁଝର ଏବଂ ସୋନପୁରରେ ହେବ ESI ହସ୍ପିଟାଲ । ସ୍ୱାସ୍ଥ୍ୟ ସେବାକୁ ଅଗ୍ରାଧିକାର ଦେଇ ଏଭଳି ନିଷ୍ପତ୍ତି ନେଇଛନ୍ତି ମୋହନ ସରକାର । ରାଜ୍ୟରେ ସ୍ୱାସ୍ଥ୍ୟ ସେବାକୁ ଅଧିକ ଲୋକାଭିମୁଖୀ କରିବାକୁ ସରକାରୀ ସ୍ତରରେ ପ୍ରଚେଷ୍ଟା କରାଯାଉଛି । କେନ୍ଦୁଝର ଓ ସୋନପୁରରେ ଇଏସଆଇ ହସ୍ପିଟାଲ ହେବା ନେଇ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଟି ନୂଆ ESI ହସ୍ପିଟାଲ ସ୍ଥାପନ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି । କେନ୍ଦୁଝର ଓ ସୋନପୁର ସହରରେ ଏହି ଦୁଇଟି ହସ୍ପିଟାଲ ପ୍ରତିଷ୍ଠା ହେବ । ଏହାଦ୍ବାରା ସ୍ଥାନୀୟ ଅଞ୍ଚଳର ଶ୍ରମିକ ଶ୍ରେଣୀର ଲୋକ ଓ ସେମାନଙ୍କ ପରିବାର ଉତ୍ତମ ସ୍ବାସ୍ଥ୍ୟ ସେବା ପାଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଇଟିଭି ଭାରତ, ଭୁବନେଶ୍ବର