ETV Bharat / snippets

ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ

author img

By ETV Bharat Odisha Team

Published : Jul 19, 2024, 3:28 PM IST

Kamala Pujari hospitalised
Kamala Pujari hospitalised (ETV Bharat Odisha)

କଟକ: ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ । କଟକ ଏସସିବି ମେଡିକାଲରେ ଭର୍ତ୍ତି । ଗୁରୁବାର ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସସିବିର ମେଡିସିନ ବିଭାଗରେ ଭର୍ତ୍ତି କରାଯାଇଛି । ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି । କିଡନୀ ଜନିତ ସମସ୍ୟା ସହ ଜ୍ବର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ । ଏସସିବି ମେଡିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଏକ 4 ଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି । ମେଡିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡିସିନ ବିଭାଗର 4ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଛି । ଆଗରୁ ବହୁବାର ମଧ୍ୟ କମଳା ପୂଜାରୀ ଏସସିବି ମେଡିକାଲ ଆସି ଚିକିତ୍ସିତ ହୋଇ ଯାଇଥିଲେ ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.