କୁର୍ନୁଲ: ଆନ୍ଧ୍ରପ୍ରଦେଶର କୁର୍ନୁଲ ଜିଲ୍ଲାରେ ଭୟଙ୍କର ସଡ଼କ ଦୁର୍ଘଟଣା । ମାଧପୁରମ ଗାଁର ଭେଲଧୁର୍ଥୀ ମଣ୍ଡଲରେ ଏକ ଟେମ୍ପୋକୁ ଧକ୍କା ଦେଲା ଲୋରୀ । ଏହି ଦୁର୍ଘଟଣାରେ 14 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଗୁରୁତର ଆହତ ହୋଇଛନ୍ତି। ତେବେ ମୃତକଙ୍କ ମଧ୍ୟରେ କେତେକ ଶିଶୁ ଥିବା ଜଣାପଡ଼ିଛି । ତୁରନ୍ତ ଆହତମାନଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିବା ବେଳେ ଏଥିରେ କିଛି ଆହତଙ୍କ ଅବସ୍ଥା ଗୁରୁତର ରହିଛି ।
ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ