ଲକ୍ଷ୍ନୌ: ଉତ୍ତରପ୍ରଦେଶର କାନପୁରରେ ଅଭାବନୀୟ ଘଟଣା । ଘରର ଛାତ ଭୁଶୁଡି ୩ଜଣଙ୍କର ମୃତ୍ୟୁ ହୋଇଥିବା ପୋଲିସ ତରଫରୁ ସୂଚନା ମିଳିଛି । ଇଷ୍ଟ କାନପୁରର ଡେପ୍ୟୁଟୁ କମିଶନର ଅଫ ପୋଲିସ (DCP) କହିଛନ୍ତି ଯେ ଘରର ଛାତ ଭୁଶୁଡିବାରୁ ୩ଜଣଙ୍କର ମୃତ୍ୟୁ ହୋଇଛି ।
ପ୍ରଥମେ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ଜଣେ ମହିଳା ତାଙ୍କ ପୁଅ ଓ ଝିଅ ରହିଛନ୍ତି । ଏଥିରେ ଆହତ ହୋଇଥିବା ବ୍ୟକ୍ତି ଏବେ ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ଅଛନ୍ତି ।
ଆଜି ସକାଳ ସମୟରେ ଏହି ଘଟଣା ଘଟିଥିବା ବେଳେ ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା । ଏନେଇ ୟୁପି ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଅଧିକାରୀଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ପୀଡିତମାନଙ୍କୁ ସାହାଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଥିବା ସିଏମ କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି ।
@ANI