ETV Bharat / bharat

ଓଡିଶାର ୪୦ ଲକ୍ଷ ୫୨ ହଜାର ପରିବାରକୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଣ

author img

By

Published : Jul 19, 2022, 10:52 PM IST

ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି । ଅଧିକ ପଢନ୍ତୁ

ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଣ

ଭୁବନେଶ୍ବର: ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି ।

କେନ୍ଦ୍ରମନ୍ତ୍ରୀ ଦର୍ଶାଇଛନ୍ତି, ଜଳ ଜୀବନ ମିଶନ ଯୋଜନାରେ ଓଡିଶାକୁ ପାନୀୟ ଜଳ ଯୋଗାଇ ଦିଆଯାଉଛି । ଓଡିଶାରେ ୮୮.୫୭ ଲକ୍ଷ ପରିବାର ଥିବାବେଳେ ୨୦୧୯ ଅଗଷ୍ଟ ସୁଦ୍ଧା ମାତ୍ର ୩.୧୧ ଲକ୍ଷ ପରିବାରକୁ ପାଇପ୍‍ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯାଇଛି । ତେବେ ଚଳିତ ମାସ ସୁଦ୍ଧା ଏହା ୪୩ ଲକ୍ଷ ପରିବାରକୁ ଟପିଯାଇଛି । ସେହିଭଳି ୨୦୨୨-୨୩ ବର୍ଷର ବଜେଟରେ ଜଳ ଜୀବନ ମିଶନ ପାଇଁ ଅର୍ଥ ଆବଣ୍ଟନ କରାଯାଇଛି ।

କେନ୍ଦ୍ରମନ୍ତ୍ରୀ ଦର୍ଶାଇଛନ୍ତି ଯେ, ଓଡିଶା ପାଇଁ ୭୧୩୩.୧୫ କୋଟି ଟଙ୍କାର ବ୍ୟବସ୍ଥା ହୋଇଛି । ଯେଉଁଥିରେ ରାଜ୍ୟ ସରକାରଙ୍କ ଅଂଶ ହେଉଛି ୩୫୨୪.୫୩ କୋଟି । ଅବଶିଷ୍ଟ ୩୬୦୮.୬୨ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗାଇଦେବେ । ଅବଶିଷ୍ଟ ପରିବାରକୁ ମିଶନ ଦ୍ୱାରା ଧାର୍ଯ୍ୟ ସମୟ ସୀମା ୨୦୨୪ ସୁଦ୍ଧା ପାଇପ୍‍ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ ।

ଇଟିଭି ଭାରତ, ନୂଆଦିଲ୍ଲୀ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.