ETV Bharat / bharat

ଦ୍ରୁତଗତିରେ ଆସି ବସକୁ ବାଡେଇଲା କାର, ୫ ମୃତ

author img

By

Published : Nov 5, 2021, 1:09 PM IST

ମଥୁରାର ଯମୁନା ଏକ୍ସପ୍ରେସୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବସ-କାର୍ ମୁହାଁମୁହିଁ ଧକ୍କା ଫଳରେ ଘଟଣାସ୍ଥଳରେ ୫ ମୃତ । ଅଧିକ ପଢନ୍ତୁ...

ଯମୁନା ଏକ୍ସପ୍ରେସୱେରେ ଭୟଙ୍କର ଦୁର୍ଘଟଣା, ବସ୍-କାର୍ ମୁହାଁ ମୁହିଁ ଧକ୍କା , ୫ମୃତ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମଥୁରାର ଯମୁନା ଏକ୍ସପ୍ରେସୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବସ-କାର୍ ମୁହାଁମୁହିଁ ଧକ୍କା ଫଳରେ ଘଟଣାସ୍ଥଳରେ ୫ ମୃତ । ମୃତକଙ୍କ ମଧ୍ୟରେ ଜଣେ ମହିଳା ଥିବାବେଳେ ୪ ଜଣ ପୁରୁଷ ରହିଥିବା ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁଯାଯୀ ବସଟି ଆଗ୍ରାରୁ ନୋଏଡା ଅଭିମୁଖେ ଯାଉଥିବାବେଳେ ଏକ କାର ଦ୍ରୁତ ଗତିରେ ଆସି ବସ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ କାରରେ ଥିବା ଯାତ୍ରୀଙ୍କ ମଧ୍ୟରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ବସ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏଥି ସହ ଜଣେ ଆହତ ହୋଇଥିବା ମଧ୍ୟ ସୂଚନାମିଳିଛି । ଏନେଇ ଖବର ପାଇ ଘଟମାସ୍ଥଳରେ ପୋଲିସ ପହଞ୍ଚି ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିବା ସହ ମୃତଦେହ ଗୁଡିକୁ ବ୍ୟବଚ୍ଛେଦ ପାଇଁ ପଠାଇଛି । ତେବେ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.