ରାଞ୍ଚି: ଝାଡଖଣ୍ଡ ସାହିବଗଞ୍ଜ ଗୋବିନ୍ଦପୁର ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବସ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ 16 ଜଣ ଯାତ୍ରୀ ପ୍ରାଣ ହରାଇଥିବା ବେଳେ 15 ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ 6 ସଙ୍କଟାପନ୍ନଙ୍କୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଇଛି । ଏହି ଦୁର୍ଘଟଣା କମରଡିହା ଗ୍ରାମ ନିକଟରେ ଘଟିଛି ।
-
पाकुड़ से लिट्टीपाड़ा-आमड़ापाड़ा सड़क दुर्घटना की हृदयविदारक खबर से मन अत्यंत व्यथित है।
— Hemant Soren (@HemantSorenJMM) January 5, 2022 " class="align-text-top noRightClick twitterSection" data="
परमात्मा दिवंगत आत्माओं को शांति प्रदान कर शोक संतप्त परिवारों को दुःख की घड़ी सहन करने की शक्ति दे।
जिला प्रशासन को घायलों को समुचित इलाज प्रदान करने हेतु उचित निर्देश दिए गए हैं।
">पाकुड़ से लिट्टीपाड़ा-आमड़ापाड़ा सड़क दुर्घटना की हृदयविदारक खबर से मन अत्यंत व्यथित है।
— Hemant Soren (@HemantSorenJMM) January 5, 2022
परमात्मा दिवंगत आत्माओं को शांति प्रदान कर शोक संतप्त परिवारों को दुःख की घड़ी सहन करने की शक्ति दे।
जिला प्रशासन को घायलों को समुचित इलाज प्रदान करने हेतु उचित निर्देश दिए गए हैं।पाकुड़ से लिट्टीपाड़ा-आमड़ापाड़ा सड़क दुर्घटना की हृदयविदारक खबर से मन अत्यंत व्यथित है।
— Hemant Soren (@HemantSorenJMM) January 5, 2022
परमात्मा दिवंगत आत्माओं को शांति प्रदान कर शोक संतप्त परिवारों को दुःख की घड़ी सहन करने की शक्ति दे।
जिला प्रशासन को घायलों को समुचित इलाज प्रदान करने हेतु उचित निर्देश दिए गए हैं।
ମିଳିଥିବା ସୂଚନା ଅନୁଯାୟୀ, ପ୍ରାୟ 40 ଜଣ ଯାତ୍ରୀଙ୍କୁ ନେଇ ବରହରୱା ଠାରୁ ଦୁମ୍କା ଯାଉଥିବାବେଳେ ବସଟି ବିପରୀତ ଦିଗରୁ ଆସୁଥିବା ସିଲିଣ୍ଡର ବୋଝେଇ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲ । ତେବେ ଘନ କୁହୁଡ଼ି କାରଣରୁ ଏହି ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି । ଅନ୍ୟପଟେ ସୂଚନା ପାଇବା ମାତ୍ରେ ଅମଡାପଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଆରମ୍ଭ କରିଥିଲା । ଆହତଙ୍କୁ ନକଟସ୍ଥ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପଠାଇବା ସହ ଗୁରୁତରଙ୍କୁ ଅନ୍ୟତ୍ର ସ୍ଥାନାନ୍ତରିତ କରାଯାଇଛି ।
ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଦୁଃଖ ପ୍ରକାଶ କରିଛନ୍ତି । ମୃତ ବ୍ୟକ୍ତିଙ୍କ ପରିବାରକୁ ସମବେଦନା ଜଣାଇବା ସହ ଅହତଙ୍କ ଆଶୁ ଆରୋଗ୍ୟ କାମନା କିରି ସେ ଟ୍ବିଟ କରିଛନ୍ତି । ଚିକିତ୍ସାଧୀନ ଆହତଙ୍କ ଉପଯୁକ୍ତ ଚିକିତ୍ସା ପାଇଁ ବ୍ୟବସ୍ଥା କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ସୋରେନ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ