ETV Bharat / bharat

ଯାତ୍ରୀବାହୀ ବସ୍‌କୁ ପିଟିଲା ଟ୍ରକ; 9 ମୃତ, 27 ଆହତ - ଅଠରବାଙ୍କୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା

ଉତ୍ତରପ୍ରଦେଶର ବାରବାଙ୍କୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ । ଏଥିରେ 9 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 27 ଆହତ ହୋଇଛନ୍ତି । ଅଧିକ ପଢନ୍ତୁ...

ବାରବାଙ୍କୀରେ ବସ ଦୁର୍ଘଟଣା; 9 ମୃତ , 27 ଆହତ
ବାରବାଙ୍କୀରେ ବସ ଦୁର୍ଘଟଣା; 9 ମୃତ , 27 ଆହତ
author img

By

Published : Oct 7, 2021, 10:15 AM IST

ଲକ୍ଷ୍ନୌ : ଉତ୍ତରପ୍ରଦେଶର ବାରବାଙ୍କୀରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ । ଏଥିରେ 9 ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ 27 ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ,ଉତ୍ତରପ୍ରଦେଶର ଅଠରବାଙ୍କୀ ଦେବାନ ଥାନା ଅଞ୍ଚଳରେ ଏ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସଟି ଅଯୋଧ୍ୟା ରୋଡ ଆଡୁ ଆସୁଥିବା ସମୟରେ ସାମ୍ନା ପଟୁ ଆସୁଥିବା ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଯାଇଥିଲା । ପରେ ଘଟଣାସ୍ଥଳରେ ୯ ଜଣଙ୍କର ମୃତ୍ୟୁ ଘଟିଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲା ।

ହେଲେ ଆହତଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ ଲକ୍ଷ୍ନୌ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି । ସେପଟେ, ଏ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁଃଖ ପ୍ରକାଶ କରି ଆହତଙ୍କୁ ମାଗଣା ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

@ANI

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.