କୋଲକାତା: କୋଲକାତାର ବାଗ ବଜାର ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଖବର ପାଇ ଘଟଣାସ୍ଥଳରେ 8ଟି ଦମକଳ ବାହିନୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି । ଏପର୍ଯ୍ୟନ୍ତ ନିଆଁକୁ ଆୟତ୍ତ କରାଯାଇପାରିନାହିଁ । କ୍ଷୟକ୍ଷତି ଓ ମୃତାହତଙ୍କ ସମ୍ପର୍କରେ ମଧ୍ୟ ସଠିକ ସୂଚନା ମିଳିପାରି ନଥିବାବେଳେ 4 ରୁ 5 ଜଣ ଶିଶୁ ଅଗ୍ନିକାଣ୍ଡ ପରେ ନିଖୋଜ ଥିବା ଜଣାପଡିଛି ।
ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣା ପଡିନଥିବାବେଳେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ବର୍ତ୍ତମାନ ସୁଦ୍ଧା ସେଠାରେ ଯୁଦ୍ଧକାଳୀନ ଭିତ୍ତିରେ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ