ETV Bharat / bharat

Helicopter crash: କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ - କେଦାରନାଥରେ ହେଲିକପ୍ଟର କ୍ରାସ

ଉତ୍ତରାଖଣ୍ଡ କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା । ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ଅଧିକ ପଢନ୍ତୁ

ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ, ମୃତାହତ ଅସ୍ପଷ୍ଟ

author img

By

Published : Oct 18, 2022, 12:31 PM IST

Updated : Oct 18, 2022, 3:45 PM IST

ଡେରାଡୁନ: ଉତ୍ତରାଖଣ୍ଡରେ ହେଲିକପ୍ଟର ଦୁର୍ଘଟଣା । ତୀର୍ଥଯାତ୍ରୀଙ୍କୁ ନେଇ ଫେରୁଥିବା ଏକ ହେଲିକପ୍ଟର ଉତ୍ତରାଖଣ୍ଡର କେଦାରନାଥ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି(Helicopter crash in Kedarnath) । ଦୁର୍ଘଟଣା ପରେ ହେଲିକପ୍ଟରଟି ସମ୍ପୂର୍ଣ୍ଣ ଜଳିଯାଇଛି । ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଜଣେ ପାଇଲଟ ଓ ୬ ଜଣ ତୀର୍ଥଯାତ୍ରୀ ରହିଛନ୍ତି । ଖରାପ ପାଗ ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି । ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ ମାମଲାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ।

Helicopter crash: କେଦାରନାଥରେ ହେଲିକପ୍ଟର ଦୁର୍ଘଟଣା, ୭ ମୃତ

ସୂଚନା ଅନୁଯାୟୀ, ଆଜି ପୂର୍ବାହ୍ନ ପାଖାପାଖି ୧୨ଟା ସମୟରେ କେଦାରନାଥ ନିକଟ ଗରୁଡଚଟ୍ଟୀ ଠାରେ ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଛି(Kedarnath Helicopter crash) । ଏହା କେଦାରନାଥ ବେସ୍ କ୍ୟାମ୍ପରୁ ତୀର୍ଥଯାତ୍ରୀଙ୍କୁ ନେଇ ଫେରୁଥିବା ବେଳେ ଦୁର୍ଘଟଣା ଘଟିଛି । ହେଲିକପ୍ଟରଟି କେଦାରନାଥରୁ ତୀର୍ଥଯାତ୍ରୀଙ୍କୁ ନେଇ ଗୁପ୍ତକାଶୀ ଅଭିମୁଖେ ଯାଉଥିଲା । ଏଥିରେ ମୋଟ ୭ ଜଣ ଥିବାବେଳେ ସମସ୍ତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୪ ଜଣ ପୁରୁଷ ଓ ୩ ମହିଳା ରହିଛନ୍ତି । ସମସ୍ତ ଯାତ୍ରୀ ଦକ୍ଷିଣ ଭାରତର ହୋଇଥିବା କୁହାଯାଉଛି । ପୋଲିସ ଓ ଏସଡିଆରଏଫ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରୁଛନ୍ତି । ତେବେ ଘନ କୁହୁଡି ଯୋଗୁଁ ଏହି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଥିବାବେଳେ, DGCA ପକ୍ଷରୁ ଏହାର ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ।

  • Anguished by the helicopter crash in Uttarakhand. In this tragic hour, my thoughts are with the bereaved families: PM @narendramodi

    — PMO India (@PMOIndia) October 18, 2022 " class="align-text-top noRightClick twitterSection" data=" ">

ଏହାମଧ୍ୟ ପଢନ୍ତୁ: ବସ୍ ସହ ଧକ୍କା ହେଲା ଟ୍ରକ: ୬ ମୃତ, ୧୫ ଆହତ

ଏହି ଅଘଟଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି(Prime Minister Narendra Modi) ଓ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ (President Draupadi Murmu) ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଟ୍ବିଟ୍ କରି ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇଛନ୍ତି । ଅନ୍ୟପଟେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ(CM Pushkar Singh Dhami) ମଧ୍ୟ ଏହାକୁ ଦୁର୍ଭାଗ୍ୟପୂର୍ଣ୍ଣ କହିବା ସହ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ଏସଡିଆରଏଫ ଏବଂ ଜିଲ୍ଲା ପ୍ରଶାସନ ଟିମ୍ ଘଟଣାସ୍ଥଳରେ ପହଞ୍ଚିଥିବା ଜଣାଇଛନ୍ତି ।

  • केदारनाथ धाम के पास हुए हेलीकॉप्टर दुर्घटना में पायलट सहित कई तीर्थयात्रियों के निधन का समाचार बहुत दुखद है। अपने प्रियजनों को खोने वाले परिवारों के प्रति मैं गहन शोक-संवेदनाएं व्यक्त करती हूं।

    — President of India (@rashtrapatibhvn) October 18, 2022 " class="align-text-top noRightClick twitterSection" data=" ">

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Oct 18, 2022, 3:45 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.