ଲକ୍ଷ୍ନୌ: ମିରଟରୁ ନିର୍ବାଚନ ପ୍ରଚାର ସାରି ଫେରୁଥିବା ସମୟରେ ଗାଜିଆବାଦ ନିକଟରେ ହାଇଦ୍ରାବାଦ ସାଂସଦ ଅସଦୁଦ୍ଦିନ ଓୱେସୀଙ୍କ ଗାଡ଼ି ଉପରକୁ ଗୁଳିମାଡ଼ ହୋଇଥିଲା । ଗୁଳିମାଡ ପରେ ଆଜି ସରକାରଙ୍କ ପକ୍ଷରୁ ତାଙ୍କୁ ଜେଡ ସ୍ତରୀୟ ସୁରକ୍ଷା ଯୋଗାଇ ଦିଆଯାଇଛି ।
ସୂଚନାଅନୁସାରେ, ମିରଟର କୈଥଡ ଅଞ୍ଚଳରେ ଏକ ନିର୍ବାଚନୀ କାର୍ଯ୍ୟକ୍ରମ ସାରି ସେ ଦିଲ୍ଲୀ ଫେରୁଥିବା ସମୟରେ ଆକ୍ରମଣର ଶିକାର ହୋଇଛନ୍ତି । ତାଙ୍କ କାର ଦିଲ୍ଲୀ ଅଭିମୁଖେ ଥିବାବେଳେ ଚାଜାର୍ସୀ ଟୋଲ୍ ପ୍ଲାଜା ନିକଟରେ ଦୁଇ ଜଣ ବ୍ୟକ୍ତି ତାଙ୍କ ଗାଡି ଉପରକୁ ୩ ରୁ ୪ ରାଉଣ୍ଡ ଗୁଳି ଚଳାଇଥିଲେ । ତେବେ ଏନେଇ ସୂଚନା ମିଳିବା ପରେ ୨ ଜଣଙ୍କୁ ଗିରଫ କରିଛି ପୋଲିସ। ଅଭିଯୁକ୍ତମାନେ ସଚିନ ଓ ଶୁଭମ ବୋଲି ସୂଚନା ରହିଛି ।
ଅଭିଯୁକ୍ତ ସଚିନ ଗ୍ରେଟର ନୋଏଡାର ବାଦଲପୁରରେ ଥିବା ଦୁରାଇ ଗାଁର ବାସିନ୍ଦା। ଗିରଫ ପରେ ଉଭୟ ଅଭିଯୁକ୍ତଙ୍କୁ ପଚରାଉଚରା କରାଯାଉଛି।
ଏହା ମଧ୍ୟ ପଢନ୍ତୁ:ଅସଦୁଦ୍ଦିନ ଓୱେସୀଙ୍କ କାରକୁ ଗୁଳିମାଡ ଘଟଣା: ବନ୍ଧା ହେଲେ 2 ଅଭିଯୁକ୍ତ
ଏହାକୁ ନେଇ ବିବାଦ ଚାଲିଥିବା ବେଳେ ଆଜି ଭାରତ ସରକାର ଓୱେସୀଙ୍କ ପାଇଁ ଜେଡସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଲାଗୁ କରିବାକୁ ଘୋଷଣା କରିଛନ୍ତି। ସିସିଟିଭି ଫୁଟେଜକୁ ଆଧାର କରି ଏମାନଙ୍କୁ ଗିରଫ କରିବା ସହିତ ଏକ ପିସ୍ତଲ ଜବତ କରାଯାଇଛି । ଏହି ଘଟଣାରେ ୫ଟି ଟିମ ଗଠନ କରାଯାଇ ତଦନ୍ତ କରାଯାଉଥିବା ନେଇ ଏଡିଜି ପ୍ରଶାନ୍ତ କୁମାର ସୂଚନା ଦେଇଛନ୍ତି ।