ଶ୍ରୀନଗର: ନୂଆବର୍ଷର ପ୍ରଥମ ଦିନରେ ଶହୀଦ ହେଲେ 2 ଭାରତୀୟ ଯବାନ । ଜମ୍ମୁ-କାଶ୍ମୀରର ନୌସେରା ସେକ୍ଟରରେ ଆତଙ୍କବାଦୀଙ୍କ ବିରୋଧରେ ଚାଲିଥିବା ସର୍ଚ୍ଚ ଅପରେସନବେଳେ ଆତଙ୍କବାଦୀଙ୍କ ଆକ୍ରମଣରେ 2 ଭାରତୀୟ ଯବାନ ଶହୀଦ ହୋଇଛନ୍ତି । ତେବେ ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଛି ।
ସୂଚନା ମୁତାବକ, ନୌସେରା ସେକ୍ଟରରେ କିଛି ଆତଙ୍କବାଦୀ ଲୁଚି ରହିଥିବା ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା । ଏହି ଖବର ଆଧାରରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରିବା ସହ ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା । ଏହି ସମୟରେ ଲୁଚି ରହିଥିବା ଆତଙ୍କବାଦୀ ଯବାନଙ୍କ ଉପରେ ଗୁଳି ଚଳାଇଥିଲେ । ଏଥିରେ 2 ଜଣ ଯବାନ ଶହୀଦ ହୋଇଥିବା ଜଣାପଡିଛି ।