ଲକ୍ଷ୍ନୌ: ଓଲଟିଲା ଯାତ୍ରୀବାହୀ ବସ୍ । ଶନିବାର ଦିନ ଆଲିଗଡ ଜିଲ୍ଲାର ତାପାଲ ଅଞ୍ଚଳରେ ଯାତ୍ରା କରୁଥିବା ବସଟି ହଠାତ ଓଲଟି ପଡ଼ିଥିଲା । ଫଳରେ ଘଟଣା ସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପାଞ୍ଚ ଜଣ ଗୁରୁତର ଆହତ ହୋଇଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ତେବେ 45 ଜଣ ଯାତ୍ରୀଙ୍କୁ ନେଇ କାନପୁରରୁ ଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ ବସଟି ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା ।
ଏନେଇ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଏବଂ ଆହତମାନଙ୍କୁ ମାଗଣା ଚିକିତ୍ସା ପ୍ରଦାନ କରିବାକୁ ଜିଲ୍ଲା ପ୍ରଶାସନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି ।