ETV Bharat / bharat

ଅଟୋକୁ ଧକ୍କା ଦେଲା ଟ୍ରକ: 6 ମୃତ, 2 ଗୁରୁତର - ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ 6 ମୃତ

ବିହାରର ନାଳନ୍ଦା ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ 6 ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ 2 ଜଣ ଗୁରୁତର ଅଛନ୍ତି । ଗୁରୁତର ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ସେମାନଙ୍କର ଅବସ୍ଥା ସଂକଟାପନ୍ନ ରହିଥିବା ଜଣାପଡ଼ିଛି ।

ପ୍ରତିକାତ୍ମକ ଫଟୋ
author img

By

Published : Nov 13, 2019, 11:08 PM IST

ପାଟନା: ବିହାରର ନାଳନ୍ଦା ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ 6 ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଏହା ସହିତ 2 ଜଣଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତେବେ ସେମାନଙ୍କ ଅବସ୍ଥା ସଂକଟାପନ୍ନ ରହିଥିବା ଜଣାପଡ଼ିଛି ।

ମିଳିଥିବା ସୂଚନା ମୁତାବକ ବୁଧବାର ଦିନ ପ୍ରାୟ 12ଟା ସମୟରେ ରାଞ୍ଚି ପାଟନା ଜାତୀୟ ରାଜପଥର ଦୁର୍ଗାନଗର ଅଞ୍ଚଳରେ ଏକ ଟ୍ରକ ଭାରସାମ୍ୟ ହରାଇ ଏକ ଅଟୋକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ଅଟୋରେ ଯାତ୍ରା କରୁଥିବା 5 ଜଣଙ୍କ ପ୍ରାଣବାୟୁ ଉଡ଼ିଯାଇଥିଲା ।

ଏହି ଘଟଣା ସମ୍ପର୍କରେ ସ୍ଥାନୀୟ ଦୁର୍ଗାନଗର ଗ୍ରାମବାସୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ଏହା ସହିତ ସ୍ଥାନୀୟ ପୋଲିସକୁ ସୂଚନା ଦେଇଥିଲେ । ଘଟଣାସ୍ଥଳରେ ପହଞ୍ଚି ପୋଲିସ ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ପଠାଇଥିଲେ । ସେଠାରେ ଅନ୍ୟ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଯାଇଥିଲା ।

ତେବେ ପୋଲିସ ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ମୃତାହତଙ୍କ ପରିଚୟ ଜଣାପଡ଼ିନାହିଁ । ତେବେ ପୋଲିସ କହିଛି ଯେ ଆହତମାନେ ନାଳନ୍ଦା ଓ ନାବାଦ ଜିଲ୍ଲାର ।

Intro:Body:

national issue

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.