ETV Bharat / bharat

ଦିଲ୍ଲୀ ଏମ୍ସରୁ ଡିସଚାର୍ଜ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ - ଦିଲ୍ଲୀ ଏମ୍ସ

ଦିଲ୍ଲୀସ୍ଥିତ ଏମ୍ସରୁ ଡିସଚାର୍ଜ ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରୁଥିବାରୁ ଗୃହମନ୍ତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଅଧିକ ପଢନ୍ତୁ...

ଦିଲ୍ଲୀ ଏମ୍ସରୁ ଡିସଚାର୍ଜ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

author img

By

Published : Sep 17, 2020, 7:30 PM IST

ନୂଆଦିଲ୍ଲୀ: ଦିଲ୍ଲୀସ୍ଥିତ ଏମ୍ସରୁ ଡିସଚାର୍ଜ ହୋଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । କିଛି ଦିନରୁ ଏମ୍ସରେ ତାଙ୍କର ଚିକିତ୍ସା ଜାରି ରହିଥିଲା । ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରୁଥିବାରୁ ଗୃହମନ୍ତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବାବେଳେ ଗୁରୁବାର ତାଙ୍କୁ ଡିସଚାର୍ଜ କରାଯାଇଛି ।

କିଛି ଦିନ ପୂର୍ବରୁ ଶାହ କୋରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ରିପୋର୍ଟ ନେଗେଟିଭ ଆସିବା ପରେ ତାଙ୍କୁ ଡିସଚାର୍ଜ କରାଯାଇଥିଲା । ତେବେ ଘରକୁ ଫେରିବା ପରେ ପୂନର୍ବାର ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରିଥିଲେ ଗୃହମନ୍ତ୍ରୀ । ଏନେଇ ଗତ ଶନିବାର ରାତିରେ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ଏମ୍ସରେ ଡାକ୍ତରୀ ଟିମ ଶାହଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ କଡା ନଜର ରଖିଥିଲେ ।

ଅଗଷ୍ଟରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଥିଲା । ଏହା ପରେ ତାଙ୍କୁ ଗୁରୁଗ୍ରାମର ମେନ୍ଦାତା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପ୍ରାୟ ଦୁଇ ସପ୍ତାହ ମଧ୍ୟରେ ଅମିତ ଶାହା କରୋନାଙ୍କୁ ପରାସ୍ତ କରି ସୁସ୍ଥ ହୋଇଥିଲେ । ଅଗଷ୍ଟ 14ରେ ତାଙ୍କ କୋରୋନା ରିପୋର୍ଟ ନେଗେଟିଭ ଆସିଥିଲା। ଏହା ପରେ ତାଙ୍କୁ ମେନ୍ଦାତା ହସ୍ପିଟାଲରୁ ଡିସଚାର୍ଜ କରାଯାଇଥିଲା ଏବଂ ଘରେ ଆଇସୋଲେସନରେ ରହିବାକୁ ପରାମର୍ଶ ଦିଆଯାଇଥିଲା ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.