ନୂଆଦିଲ୍ଲୀ: ବାଂଲାଦେଶ ପ୍ରଧନମନ୍ତ୍ରୀ ଶେଖ ହସୀନା ରବିବାର କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଭେଟିଛନ୍ତି । ଏହି ଅବସରରେ ଦୁଇ ଦେଶର ସମ୍ବନ୍ଧ ବିଷୟରେ ଚର୍ଚ୍ଚା ହୋଇଛି । ହସୀନା ପ୍ରିୟଙ୍କା ଗାନ୍ଧୀଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି ।
ଏହା ପୂର୍ବରୁ ଶେଖ ହସୀନା ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ସହ ଦୁଇ ଦେଶ ମଧ୍ୟରେ ଅନେକ ଗୁରୁତ୍ବପୂର୍ଣ୍ଣ ବିଷୟ ଉପରେ ଏମଓୟୁ ସ୍ବାକ୍ଷରିତ ହୋଇଥିଲା । ବିଦେଶମନ୍ତ୍ରୀ ଏସ ଜୟ ଶଙ୍କର ମଧ୍ୟ ଶନିବାର ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ।