ନୂଆଦିଲ୍ଲୀ: ଦେଶରେ ଗତ 24 ଘଣ୍ଟା ମଧ୍ୟରେ 896 ଜଣ କୋରୋନା ପଜିଟିଭ ଚିହ୍ନଟ କରାଯାଇଛି । ଫଳରେ ଦେଶର ମୋଟ ପଜିଟିଭ ସଂଖ୍ୟା 6761କୁ ବୃଦ୍ଧି ପାଇଛି । ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ।
ସେହିପରି 6761 ମାମଲା ମଧ୍ୟରୁ 6039 ଜଣ ଚିକିତ୍ସିତ ହେଉଥିବା ବେଳେ 516 ଜଣ ରୋଗୀ ଡିସଚାର୍ଜ ହୋଇଥିବା ଜଣାପଡିଛି । ସେହିପରି ଗତ 24 ଘଣ୍ଟା ମଧ୍ୟରେ 37 ଜଣଙ୍କ ମୃତ୍ୟୁ ହୋଇଛି । ଏହା ସହ ଦେଶର ମୋଟ କୋରୋନା ମୃତ୍ୟୁ ସଂଖ୍ୟା ମଧ୍ୟ 206କୁ ବୃଦ୍ଧି ପାଇଛି ।
ମହାରାଷ୍ଟ୍ରରେ ସର୍ବାଧିକ 1364 ଜଣ କୋରୋନା ପଜିଟିଭ ରହିଥିବା ବେଳେ ତାମିଲନାଡୁରେ 834, ଦିଲ୍ଲୀରେ 898, କେରଳରେ 357, ତେଲେଙ୍ଗାନା 473, ଉତ୍ତରପ୍ରଦେଶରେ 431, ରାଜସ୍ଥାନରେ 463 ଓ ଆନ୍ଧ୍ରପ୍ରଦେଶରେ 363 ରହିଛି ।
ସେହିପରି ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି । ମହାରାଷ୍ଟ୍ରରେ 97 ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁଜୁରାଟରେ 17, ମଧ୍ୟପ୍ରଦେଶରେ 16, ଦିଲ୍ଲୀରେ 13, ତେଲେଙ୍ଗାନାରେ 7, ତାମିଲନାଡୁରେ 8, କର୍ଣ୍ଣାଟକରେ ଓ ଆନ୍ଧ୍ରପ୍ରଦେଶରେ 3 ଜଣଙ୍କର ମୃତ୍ୟୁ ହୋଇଛି ।