ETV Bharat / bharat

କୋରୋନାକୁ ନେଇ ଆଜି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ - telengana cm high level corona meeting

ତେଲେଙ୍ଗାନାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 13ରେ ପହଞ୍ଚିଛି । ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଡକାଇଛନ୍ତି ।

corona meeting
ଆଜି ଉଚ୍ଚସ୍ତରୀୟ ବୈଠକ କରିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ
author img

By

Published : Mar 19, 2020, 8:44 AM IST

ହାଇଦ୍ରାବାଦ: ସମଗ୍ର ବିଶ୍ବ ଏବେ କୋରୋନା କବଳରେ ଥିବାବେଳେ ଭାରତରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 151ରେ ପହଞ୍ଚିଛି । ଏଥି ମଧ୍ୟରେ ତେଲେଙ୍ଗାନାରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 13ରେ ପହଞ୍ଚିଛି । ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଗୁରୁବାର ଏକ ଉଚ୍ଚସ୍ତରୀୟ ବୈଠକ ଡକାଇଛନ୍ତି ।

ଏହି ବୈଠକରେ ମାରାତ୍ମକ କୋରୋନାକୁ ବ୍ୟାପିବାରୁ କିପରି ରୋକାଯିବ ସେନେଇ ଆଲୋଚନା ହେବ । ତେବେ ଏହି ବୈଠକରେ ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ସ୍ବାସ୍ଥ୍ୟମନ୍ତ୍ରୀ, କୋଲିସ କମିଶନର ଓ ବହୁ ମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ତେବେ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ଆଲର୍ଟ ରହିବାକୁ ଉପଦେଶ ଦେଇଛନ୍ତି ।

ପ୍ରକାଶ ଥାଉକି, ଚୀନର ଉହାନରୁ ଉତ୍ପତ୍ତି ହୋଇଥିବା ଏହି କୋରୋନା ଭାଇରସରେ ବିଶ୍ବର 170000 ଲୋକେ ଆକ୍ରାନ୍ତ ହୋଇଛନ୍ତି । ଏଥିସହ ବର୍ତ୍ତମାନ ସୁଦ୍ଧା 6000ରୁ ଉର୍ଦ୍ଧ୍ବ ଲୋକେ ଏହି ମାରାତ୍ମକ ଭାଇରସ କାରଣରୁ ମୃତ୍ୟୁବରଣ କରିସାରିଲେଣି ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.