ETV Bharat / bharat

କୋରୋନା ପ୍ରଭାବ: ବିନା ପରୀକ୍ଷାରେ ପାସ୍ ଛାତ୍ରଛାତ୍ରୀ

author img

By

Published : Mar 18, 2020, 1:06 PM IST

କରୋନା ଭାଇରସ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ସରକାର ବିନା ପରୀକ୍ଷାରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ପରବର୍ତ୍ତୀ ଶ୍ରେଣୀକୁ ଉନ୍ନୀତ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

corona news
ବିନା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ଛାତ୍ରଛାତ୍ରୀ

ଲକ୍ଷ୍ନୌ: ବିନା ପରୀକ୍ଷାରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ପରବର୍ତ୍ତୀ ଶ୍ରେଣୀକୁ ଉନ୍ନୀତ କରିବାକୁ ନିଷ୍ପତ୍ତି ନିଆଯାଇଛି । କରୋନା ଭାଇରସ ପରିସ୍ଥିତିକୁ ଦୃଷ୍ଟିରେ ରଖି ଉତ୍ତରପ୍ରଦେଶ ସରକାର ବିନା ପରୀକ୍ଷାରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ପରବର୍ତ୍ତୀ ଶ୍ରେଣୀକୁ ଉନ୍ନିତ କରିବାକୁ ନିଷ୍ପତ୍ତି ନେଇଛନ୍ତି ।

ତେବେ ଛାତ୍ରଛାତ୍ରୀଙ୍କ ଏକାଡେମିକ ଅଧିବେଶନ କାର୍ଯ୍ୟଦକ୍ଷତା ଆଧାରରେ ସେମାନଙ୍କର ମୂଲ୍ୟାଙ୍କନ କରାଯିବ | ଏନେଇ ଗତ ମଙ୍ଗଳବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ରେଣୁକା କୁମାରଙ୍କ ଦ୍ବାରା ଏକ ନିର୍ଦ୍ଦେଶନାମା ଜାରି କରାଯାଇଛି ।

ସୂଚନା ଅନୁଯାୟୀ, ଗତ ମଙ୍ଗଳବାର ଉତ୍ତରପ୍ରଦେଶ ସରକାର ରାଜ୍ୟରେ ଥିବା ସମସ୍ତ ପରୀକ୍ଷାକୁ ବାତିଲ କରିଥିଲେ । ଏଥିସହ ଏପ୍ରିଲ୍ 2 ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ୟୁପି ସରକାର ନିଷ୍ପତ୍ତି ନେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.