ETV Bharat / bharat

କୋରୋନା ଅପଡେଟ୍: ଦେଶରେ 37 ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, 1218 ମୃତ

author img

By

Published : May 2, 2020, 11:32 AM IST

ଗତ 24 ଘଣ୍ଟାରେ ଭାରତରେ 2293 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 71 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାକୁ ମିଶାଇ ଭାରତରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 37336 ପହଞ୍ଚିଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

_corona
କୋରୋନା ଅପଡେଟ୍

ନୂଆଦିଲ୍ଲୀ: ସମଗ୍ର ବିଶ୍ବ ପାଇଁ ଚିନ୍ତାର କାରଣ ପାଲଟିଛି ମାରାତ୍ମକ କୋରୋନା ଭାଇରସ । ବିଶ୍ବର 120 ଉର୍ଦ୍ଧ୍ବ ଦେଶରେ କୋରୋନା କାୟା ବିସ୍ତାର କରିଥିବା ବେଳେ ଭାରତରେ ମଧ୍ୟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ 24 ଘଣ୍ଟାରେ ଭାରତରେ 2293 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 71 ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ରିପୋର୍ଟ ହୋଇଥିବା ଗୋଟିଏ ଦିନର କୋରୋନା ଆକ୍ରାନ୍ତଙ୍କ ସଂଖ୍ୟାର ଏହା ସର୍ବାଧିକ ଅଟେ । ଏହାକୁ ମିଶାଇ ଭାରତରେ ମୋଟ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 37336 ପହଞ୍ଚିଥିବା ଗୁରୁବାର କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ମୋଟ ଆକ୍ରାନ୍ତଙ୍କ ମଧ୍ୟରେ 26167 ଜଣ ଆକ୍ରାନ୍ତ ଆକ୍ଟିଭ ଥିବାବେଳେ 9950 ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏଥିସହ ବର୍ତ୍ତମାନ ସୁଦ୍ଧା ଦେଶରେ 1218 କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂଚନା ଦେଇଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.