ପୁରୀ: ଓଡିଶାରେ ପ୍ରଧାନମନ୍ତ୍ରୀ ମୋଦି । ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିସାରିବା ପରେ ପ୍ରଧାନମନ୍ତ୍ରୀଙ୍କୁ ସ୍ବାଗତ ଜଣାଇଛନ୍ତି ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ଏହାପରେ ବିମାନବନ୍ଦରରେ ବାତ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି ମୋଦି।
ସମୀକ୍ଷା ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଅଛନ୍ତି। ବର୍ତ୍ତମାନ ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହ ଆକାଶମାର୍ଗରୁ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳର ପରିଦର୍ଶନ କରୁଛନ୍ତି। ପରେ ପରେ କ୍ଷୟକ୍ଷତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କାର୍ଯ୍ୟକ୍ରମ କରାଯିବ ।