ନୂଆଦିଲ୍ଲୀ: ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ କୋରୋନା ରିପୋର୍ଟ ନେଗେଟିଭ ଆସିଛି । ତାଙ୍କ ଠାରେ କୋରୋନା ଲକ୍ଷଣ ଦେଖାଦେଇ ଥିବାରୁ ରାଜୀବ ଗାନ୍ଧୀ ସୁପର ସ୍ପେସିଆଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ବିଳମ୍ବିତ ରାତିର ତାଙ୍କୁ ପ୍ରବଳ ଜ୍ବର ହେବ ସହିତ ନିଶ୍ବାସ ପ୍ରଶ୍ବାସ ନେବାରେ ସମସ୍ୟା ଦେଖାଦେଇଥିଲା । ଫଳରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଏପରିକି ତାଙ୍କର କୋରୋନା ପରୀକ୍ଷା ମଧ୍ୟ କରାଯାଇଛି । ଯାହାର ରିପୋର୍ଟ ନେଗେଟିଭ ଆସିଛି ।
ତେବେ ରବିବାର ଦିନ ସ୍ବାସ୍ଥ୍ୟମନ୍ତ୍ରୀ ଗୃହ ମନ୍ତ୍ରଣାଳୟରେ ବୈଠକରେ ସେ ଯୋଗ ଦେଇଥିଲେ । ଗୃହମନ୍ତ୍ରୀ ଅମିତ ଶାହା, ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ, ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ,ଉପ ମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ, ଦିଲ୍ଲୀର ମୁଖ୍ୟ ଶାସନ ସଚିବ ତଥା ଗୃହ ସଚିବ ମଧ୍ୟ ଉପସ୍ଥିତ ଥିଲେ। ତେବେ ଗତ ସପ୍ତାହରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଠାରେ କୋରୋନା ଲକ୍ଷଣ ଦେଖାଦେଇଥିଲା । ହେଲେ ପରେ ତାଙ୍କ ରିପୋର୍ଟ ନେଗେଟିଭ ଆସିଥିଲା ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ