ନୂଆଦିଲ୍ଲୀ: ଦିଲ୍ଲୀ ଓ ଏହାର ଆଖପାଖ ଅଞ୍ଚଳରେ ଭୂମିକମ୍ପ ଅନୁଭୂତ ହୋଇଛି । ଲୋକମାନେ ଭୟରେ ଘରୁ ବାହାରକୁ ପଳାଇ ଆସିଥିଲେ। ଏହି ଭୂକମ୍ପର କେନ୍ଦ୍ର ନେପାଳ ବୋଲି ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
ସୂଚନା ଅନୁସାରେ ମଙ୍ଗଳବାର ସନ୍ଧ୍ୟା ସମୟରେ ଲକ୍ଷ୍ନୌ ଓ ଦିଲ୍ଲୀର ଆଖପାଖ ଅଞ୍ଚଳରେ ଭୁମିକମ୍ପ ଝଟକା ଅନୁଭୂତ ହୋଇଛି । ଏହି ଭୂମିକମ୍ପରେ କୌଣସି କ୍ଷୟକ୍ଷତିର ସୂଚନା ମିଳାନାହିଁ ।
ଅଧିକ ଖବର ପାଇଁ ଅପେକ୍ଷା କରନ୍ତୁ...