ଲକ୍ଷ୍ନୌ: ଗାଜିଆବାଦ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ । ସୋମବାର ଉତ୍ତରପ୍ରଦେଶ ଗାଜିଆବାଦ ମେରଠର ଏକ କେମିକାଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି ।
ଖବର ପାଇ 5ଟି ଦମକଳ ବାହିନୀର ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ କରିବା ପାଇଁ ଚେଷ୍ଟା ଜାରି ରଖିଛନ୍ତି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାବେଳେ ସୁରକ୍ଷା ଦୃଷ୍ଟିରୁ ପାଖାପାଖି ଥିବା ଅନ୍ୟ ଫ୍ୟାକ୍ଟ୍ରିକୁ ଖାଲି କରାଯାଇଥିବା ସୂଚନା ମିଳିଛି । ଏହି ଘଟଣାରେ କୌଣସି କ୍ଷୟକ୍ଷତିର ଏପର୍ଯ୍ୟନ୍ତ ସୂଚନା ମିଳିପାରିନାହିଁ ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ