ଚେନ୍ନାଇ: ପାଇଖାନା ଟାଙ୍କି ସଫା କରୁଥିବା ବେଳେ ଶ୍ବାସରୁଦ୍ଧ ହୋଇ 4 ଜଣଙ୍କର ମୃତ୍ୟୁ ହୋଇଛି । ଏପରି ଏକ ଅଭାବନୀୟ ଘଟଣା ଘଟିଛି ତାମିଲନାଡୁର ଥୋତୁକୁଡି ଜିଲ୍ଲାର ସେକରାକୁଡି ଅଞ୍ଚଳରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ କେଉଁ ପରିସ୍ଥିତିରେ ମୃତ୍ୟୁ ହେଲା ସେନେଇ ତଦନ୍ତ ଜାରି ରଖିଛି ପୋଲିସ ।
ସୂଚନା ଅନୁସାରେ, ସେକରାକୁଡି ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ପାଇଖାନା ଟାଙ୍କି ସଫା ପାଇଁ 4ଜଣ ସଫେଇ କର୍ମଚାରୀ ଟାଙ୍କି ଭିତରକୁ ପଶିଥିଲେ । ହେଲେ ଶ୍ବାସ ରୁଦ୍ଧ ହୋଇ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
@ANI