ଲକ୍ଷ୍ନୌ: ଉତ୍ତର ପ୍ରଦେଶର ରାଜଧାନୀରେ ଲଜ୍ଜା । ପ୍ରଥମେ ଜଣେ ଯୁବତୀଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ପୀଡିତାଙ୍କ ପିତା ଥାନାରେ ଅଭିଯୋଗ ପରେ ମାମଲା ସାମ୍ନାକୁ ଆସିଛି ।
ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତ ମାନେ ଏକ କାରରେ ଯୁବତୀଙ୍କୁ ପ୍ରଥମେ ଅପହରଣ କରିଥିଲେ । ପରେ 4ଜଣ ଯୁବକ ପୀଡିତାଙ୍କୁ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ପୀଡିତାଙ୍କୁ ମେଡିକାଲ ଯାଞ୍ଚ ପାଇଁ ପଠାଇଛି । ଏଥିସହ ଅଭିଯୁକ୍ତଙ୍କୁ ଧରିବା ପାଇଁ ଚେଷ୍ଟା ଜାରି ରଖିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ