ଜୟପୁର: ରାଜସ୍ଥାନର ଶ୍ରୀଗଙ୍ଗାନଗର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ଭାରତୀୟ ବାୟୁସେନାର ଲଢୁଆ ବିମାନ ମିଗ- 21 । ରାତି ପ୍ରାୟ 8 .15 ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ବିମାନଟି ସମ୍ପୂର୍ଣ୍ଣ ଧ୍ବଂସ ହୋଇଯାଇଥିବାବେଳେ ପାଇଲଟ ନିଜକୁ ସୁରକ୍ଷିତ ଭାବେ ଅବତରଣ କରିବାରେ ସଫଳ ହୋଇଛନ୍ତି ।
ମିଗ ସିରିଜର ବିସନ ମଡେଲର ଏହି ଲଢୁଆ ବିମାନ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଦୁର୍ଘଟଣାଗ୍ରସ୍ତ ହୋଇଥିବା ପ୍ରାଥମିକ ଭାବେ ସନ୍ଦେହ କରୁଛି ବାୟୁସେନା । ଏହି ଦୁର୍ଘଟଣାର ଅଧିକାରୀସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି ଓ ରିପୋର୍ଟ ଆସିବା ପରେ ଦୁର୍ଘଟଣାର କାରଣ ସ୍ପଷ୍ଟ ହେବା ନେଇ ବାୟୁସେନା ପକ୍ଷରୁ କୁହାଯାଇଛି ।
ପ୍ରଶିକ୍ଷଣ ପାଇଁ ବିମାନଟି ଉଡାଣ ଆରମ୍ଭ କରିବାର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ