ETV Bharat / bharat

ଶକ୍ତିଶାଳୀ ଭୂକମ୍ପରେ ଥରିଲା ଇଣ୍ଡୋନେସିଆ, ଉପକୂଳବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ ଜାରି

author img

By

Published : Nov 15, 2019, 7:56 AM IST

ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ର ଇଣ୍ଡୋନେସିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୨ ରହିଛି।

ଇଣ୍ଡୋନେସିଆରେ ଭୂକମ୍ପ

ଜାକର୍ତ୍ତା: ଦକ୍ଷିଣ-ପୂର୍ବ ଏସୀୟ ରାଷ୍ଟ୍ର ଇଣ୍ଡୋନେସିଆର ଉତ୍ତର ଭାଗରେ ଥିବା ମୋଲୁକା-ସି ଉପକୂଳରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୨ ରହିଛି। ଏହି ଭୂକମ୍ପର କେନ୍ଦ୍ରସ୍ଥଳ ସମୁଦ୍ରରେ ୪୫ କିଲୋମିଟର ଗଭୀରତାରେ, ଉପକୂଳରୁ ୧୪୦ କିଲୋମିଟର ଦୂରରେ ରହିଛି। ଏହା ଯୋଗୁଁ ସୁନାମୀ ସମ୍ଭାବନା ନଥିବା କୁହାଯାଉଛି। ପରିସ୍ଥିତିକୁ ନଜରରେ ରଖି ଉପକୂଳବର୍ତ୍ତୀ ଅଞ୍ଚଳରେ ହାଇଆଲର୍ଟ ଜାରି କରାଯାଇଛି। ଗୁରୁବାର ବିଳମ୍ବିତ ରାତି ପ୍ରାୟ ୧ଟାରେ ଭୂକମ୍ପର ପ୍ରଭାବ ଅନୁଭୂତ ହୋଇଥିଲା। ଏହା ପରେ ଲୋକେ ଭୟଭୀତ ହୋଇ ନିଜ ଘରୁ ବାହାରକୁ ପଳାଇ ଆସିଥିଲେ।

Intro:Body:

d

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.