ETV Bharat / bharat

ଆଜି ଝାଡଖଣ୍ଡରେ ପ୍ରଚାର କରିବେ ପିଏମ ମୋଦି

ସୋମବାର ଝାଡଖଣ୍ଡର ପଲାମୁ ଏବଂ ଗୁମଲାରେ ଆୟୋଜିତ ହୋଇଥିବା ଜନସଭାକୁ ସମ୍ବୋଧିତ କରିବା ସହ ପ୍ରଚାର ମୈଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

author img

By

Published : Nov 25, 2019, 9:54 AM IST

ଫାଇଲ ଫଟୋ

ରାଞ୍ଚି: ଝାଡଖଣ୍ଡ ବିଧାନସଭା ନିର୍ବାଚନକୁ ଆଉ କେଇଟା ଦିନ ବାକିଥିବା ବେଳେ ଏନେଇ ନିଜର ନିର୍ବାଚନୀ ପ୍ରସ୍ତୁତିକୁ ଜୋରଦାର କରିଛି ଶାସକ ବିଜେପି । ଏହିକ୍ରମରେ ଆଜି ରାଜ୍ୟର ପଲାମୁ ଏବଂ ଗୁମଲାରେ ଆୟୋଜିତ ହୋଇଥିବା ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମୈଦାନକୁ ଓହ୍ଲାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

ପିଏମ ମୋଦି ପାଲାମୁରେ ସକାଳ 11ଟା 30 ମିନିଟ ସମୟରେ ବିଜେପି ପକ୍ଷରୁ ଆୟୋଜିତ ନିର୍ବାଚନୀ ରାଲିକୁ ସମ୍ବୋଧିତ କରିବେ। ସେହିପରି ଗୁମଲାରେ ମଧ୍ୟାହ୍ନ 1ଟା 25 ମିନିଟ ସମୟରେ ଦଳୀୟ ନିର୍ବାଚନ ସଭାରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀଙ୍କ ଏହି ଜନସଭାରେ ଖୁବ ଭିଡ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ସ୍ଥାନୀୟ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ନଭେମ୍ବର 30ରୁ ମତଦାନ ପ୍ରକ୍ରିୟା ଆରମ୍ଭ ହେବ । ଏହା ପୂର୍ବରୁ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଦଳର ଅନେକ ବରିଷ୍ଠ ନେତା ଏଠାରେ ନିର୍ବାଚନୀ ପ୍ରଚାର କରିଛନ୍ତି।

Intro:Body:

BLANK FOR LINK

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.