ETV Bharat / bharat

ଓଡିଶାର ପ୍ରଥମ ଲୋକାୟୁକ୍ତ ନିଯୁକ୍ତ; ଜାଣନ୍ତୁ, କିଏ - odisha

ଓଡିଶାର ପ୍ରଥମ ଲୋକାୟୁକ୍ତ ଭାବେ ଦାୟିତ୍ବ ନେଲେ ଜଷ୍ଟିସ୍ ଅଜିତ୍ ସିଂହ ।

ଫଟୋ ସୌଜନ୍ୟ: ସୋସିଆଲ ମିଡିଆ/ଟ୍ବିଟର
author img

By

Published : Mar 20, 2019, 9:37 PM IST

ଭୁବନେଶ୍ବର: ଓଡିଶାକୁ ମିଳିଲା ପ୍ରଥମ ଲୋକାୟୁକ୍ତ । ରାଜ୍ୟର ପ୍ରଥମ ଲୋକାୟୁକ୍ତ ଭାବେ ଦାୟିତ୍ବ ନେଲେ ଅଜିତ ସିଂହ । ଗୌହାଟୀ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଅଜିତ ସିଂହ ।

ବୁଧବାର ଅପରାହ୍‌ଣରେ ରାଜ୍ୟପାଳଙ୍କୁ ଭେଟିବା ପରେ ଦାୟିତ୍ବ ଗ୍ରହଣ କରିଛନ୍ତି ଅଜିତ ସିଂହ । ଆସନ୍ତା ମାସ ୮ରୁ ବିଧିବଦ୍ଧ ଭାବେ କାର୍ଯ୍ୟ କରିବ ରାଜ୍ୟର ଲୋକାୟୁକ୍ତ ।

ପ୍ରକାଶ ଯେ, ମଙ୍ଗଳବାର ଲୋକାୟୁକ୍ତ ଚୟନ କମିଟି ବୈଠକ ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳ ନେତା ନରସିଂହ ମିଶ୍ର, ବାଚସ୍ପତି ପ୍ରଦୀପ ଅମାତ ଏବଂ ଓଡିଶା ହାଇକୋର୍ଟ ମୁଖ୍ୟବିଚାରପତି ବୈଠକରେ ସାମିଲ ହୋଇଥିଲେ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Intro:Body:

ଜବତ ହେଲା ହିଜବ୍ବୁଲ ମୁଜାହିଦ୍ଦୀନର ସମ୍ପତ୍ତି

ଶ୍ରୀନଗର: ଆତଙ୍କୀଙ୍କ ବିରୁଦ୍ଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ବଡ ପଦକ୍ଷେପ । ଆତଙ୍କୀ ଫଣ୍ଡିଂ ମାମଲାରେ କାର୍ଯ୍ୟାନୁଷ୍ଠାନ ନେଲା ଇଡି । ଆତଙ୍କୀ ସଙ୍ଗଠନ ହିଜବ୍ବୁଲ ମୁଜାହିଦ୍ଦୀନର ମୁଖିଆ ସଇଦ ସଲାଉଦ୍ଦୀନର ଜମ୍ମୁ କଶ୍ମୀରରେ ଥିବା 13ଟି ସମ୍ପତ୍ତି ଜବତ କରିଛି ଇଡି । କିନ୍ତୁ ସଲାଉଦ୍ଦୀନ ବର୍ତ୍ତମାନ ପାକିସ୍ତାନର ରାୱଲପିଣ୍ଡିରେ ରହୁଛି ।

ଧନ ସଂଶୋଧନ ନିବାରଣ ଅଧିନିୟମ (ପିଏମଏଲଏ) ଅନୁଯାୟୀ ହିଜବ୍ବୁଲ ବିରୁଦ୍ଧରେ ଇଡି ସମ୍ପତ୍ତି ଜବତ କରିବା ପାଇଁ ନୋଟିସ ଜାରି କରିଥିଲା । ଏହି ସମ୍ପତ୍ତି ବନ୍ଦିପୋରା ବାସିନ୍ଦା ମହମ୍ମଦ ଶାଫି ଶାହ ଓ ଆତଙ୍କୀ ସଙ୍ଗଠନ ସହ ଜଡିତ ରାଜ୍ୟର 6 ଜଣଙ୍କ ନାମରେ ରହିଛି । ପୂର୍ବରୁ ସଲାଉଦ୍ଦୀନ, ସାହ ଓ ଅନ୍ୟମାନଙ୍କ ବିରୁଦ୍ଧରେ ବେଆଇନ ଗତିବିଧି ନିୟନ୍ତ୍ରଣ ଅଧିନିୟମ (ୟୁଏପିଏ) ଆଧାରରେ ଅଭିଯୋଗ ପତ୍ର ଦାଖଲ କରିଥିଲା ଇଡି ।   

ନିକଟରେ ଜମ୍ମୁ ବସଷ୍ଟାଣ୍ଡରେ ଗ୍ରେନେଡ ଆକ୍ରମଣ ଘଟଣାରେ ହିଜ୍ଜବୁଲ ଆତଙ୍କୀ ସଙ୍ଗଠନର ନାମ ସାମନାକୁ ଆସିଥିଲା । ତେବେ ଆକ୍ରମଣକାରୀ ୟାସିର ଭଟ୍ଟକୁ ଗିରଫ କରିଥିଲା ପୋଲିସ । ହିଜ୍ଜବୁଲ କମାଣ୍ଡରର ନିର୍ଦ୍ଦେଶକ୍ରମେ ୟାସିର ବସଷ୍ଟାଣ୍ଡରେ ଗ୍ରେନେଡ ମାଡ କରିଥବା ସ୍ୱୀକାର କରିଥିଲା । 

Conclusion:

For All Latest Updates

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.