ଲକ୍ଷ୍ନୌ: ଉତ୍ତର ପ୍ରଦେଶର କନୌଜରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ର ଟାୟାର ଫାଠିବା ଫଳରେ ବସଟି ଭାରସାମ୍ୟ ହରାଇ ଓଲଟି ପଡିଛି। ଘଟଣାରେ 4 ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ 30ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । କନୌଜର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ ୱେରେ ଏହି ଦୁର୍ଘଟଣା ଘଟିଛି ।
ଆହତଙ୍କୁ ଉଦ୍ଧାର କରି କନୌଜ ମେଡିକାଲରେ ଭର୍ତ୍ତି କରାଯାଇଥିବା ଜଣା ପଡିଛି । ତେବେ ଆହତଙ୍କ ମଧ୍ୟରୁ 20 ଜଣ ଗୁରୁତର ଥିବାରୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି ।