ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ ୟେଦୁରପ୍ପା କୋରୋନାରୁ ସମ୍ପୁର୍ଣ୍ଣ ରୂପରେ ସୁସ୍ଥ ହୋଇଛନ୍ତି । ଏହାପରେ ସୋମବାର ତାଙ୍କୁ ହସ୍ପିଟାଲରୁ ଡିସଚାର୍ଜ କରିଦିଆଯାଇଛି । କୋରୋନାରେ ଆକ୍ରାନ୍ତ ହେବାପରେ ତାଙ୍କୁ ବେଙ୍ଗାଲୁରୁର ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।
ୟେଦୁରପ୍ପା ଗତ 8 ଦିନ ଧରି ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ହେବା ପରେ ସୋମବାର ପୁନର୍ବାର ତାଙ୍କର କୋରୋନା ପରୀକ୍ଷା କରାଯାଇଥିଲା । ତେବେ ତାଙ୍କର କୋରୋନା ରିପୋର୍ଟ ନେଗେଟିଭ ଆସିଛି ।
ୟେଦୁରପ୍ପାଙ୍କ ନିକଟରେ କୋରୋନା ଲକ୍ଷଣ ପରିଲକ୍ଷିତ ହେବା ପରେ ତାଙ୍କୁ ବେଙ୍ଗାଲୁରୁର ମଣିପାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରୀକ୍ଷଣ ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା । ଏହାପରେ ସେ ସେଠାରେ ହିଁ ଚିକିତ୍ସିତ ହେଉଥିଲେ
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ